କଟକ: ଗତ 24 ଘଣ୍ଟା ମଧ୍ୟରେ କଟକ ମହାନଗର ନିଗମରୁ 53 କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ 13 ଜଣ ହୋମ କ୍ବାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ 14 ଜଣ ସରକାରୀ କ୍ବାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି ।
ସେହିପରି 26 ଜଣ ସ୍ଥାନୀୟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ 53 ଆକ୍ରାନ୍ତଙ୍କୁ ମିଶାଇ ଏପର୍ଯ୍ୟନ୍ତ କଟକ ମହାନଗର ନିଗମ ଅଞ୍ଚଳରୁ ୧୪ ହଜାର 540 ଆକ୍ରାନ୍ତ ଚିହ୍ନଟ କରାଯାଇଥିବାବେଳେ ୧୩ ହଜାର 623 ଜଣ ସୁସ୍ଥ ହୋଇଛନ୍ତି । ଏଥିସହ ମହାନଗର ନିଗମରୁ ୬୬ ଜଣଙ୍କର କୋରୋନା କବଳରେ ମୃତ୍ୟୁ ଘଟିଛି । ଅନ୍ୟପଟେ 851 ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସିଏମସି ପକ୍ଷରୁ ସୂଚନା ମିଳିଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ