କଟକ: ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୭୪୬୯ ଟି ମାମଲା ରୁଜୁ କରାଯାଇଛି ।
ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଗତକାଲି ସକାଳୁ ଆଜି ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୬ଟି ମାମଲା ରୁଜୁ କରାଯାଇଛି ।
୫ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବାବେଳେ ଗୋଟିଏ ମାମଲା ଅନ୍ୟାନ୍ୟ କାରଣ ପାଇଁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ