କଟକ: ରାଜ୍ୟରେ ଦିନକୁ ଦିନ କୋରୋନା ମାମଲା ହ୍ରାସ ପାଉଛି । ଏହା ମଧ୍ୟରେ କଟକ ମହାନଗର ନିଗମରୁ ବୁଧବାର ୬୩ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ବୁଧବାର ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨ ଜଣ ହୋମ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୧୭ ଜଣ ଶିକ୍ଷାନୁଷ୍ଠାନ କ୍ୱାରେଣ୍ଟାଇନ ଏବଂ ୩୪ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ।
ବର୍ତ୍ତମାନ ସୁଦ୍ଧା କଟକରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪ ହଜାର ୨୮୩ରେ ପହଞ୍ଚିଛି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩ ହଜାର ୩୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୮୬୩ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଏହାଛଡା ଏଯାବତ୍ ୬୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ସିଏମସି ପକ୍ଷରୁ ସୂଚନା ମିଳିଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ