ETV Bharat / city

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅଭିନେତ୍ରୀ ପ୍ରକୃତି ମିଶ୍ର - ହାଇକୋର୍ଟ ଗଲେ ଅଭିନେତ୍ରୀ ପ୍ରକୃତି ମିଶ୍ର

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅଭିନେତ୍ରୀ ପ୍ରକୃତି ମିଶ୍ର । କମିଶନରେଟ ପୋଲିସରେ ଦେଇଥିବା ଏତଲା ଉପରେ କାର୍ଯ୍ୟାନୁଷ୍ଠାନ ହେଉନଥିବାରୁ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ପ୍ରକୃତି । ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ନେଉ ନଥିବା ଏକ ପିଟିସନ ମାଧ୍ୟମରେ ସେ ହାଇକୋର୍ଟଙ୍କୁ ଜଣାଇଛନ୍ତି । ଅଧିକ ପଢନ୍ତୁ

ତୃପ୍ତି ପ୍ରକୃତି ବାବୁଶାନ କଳି,  ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅଭିନେତ୍ରୀ ପ୍ରକୃତି ମିଶ୍ର

author img

By

Published : Aug 23, 2022, 10:09 PM IST

କଟକ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅଭିନେତ୍ରୀ ପ୍ରକୃତି ମିଶ୍ର । କମିଶନରେଟ ପୋଲିସରେ ଦେଇଥିବା ଏତଲା ଉପରେ କାର୍ଯ୍ୟାନୁଷ୍ଠାନ ହେଉନଥିବାରୁ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ପ୍ରକୃତି । ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ନେଉ ନଥିବା ଏକ ପିଟିସନ ମାଧ୍ୟମରେ ସେ ହାଇକୋର୍ଟଙ୍କୁ ଜଣାଇଛନ୍ତି । ବାବୁସାନଙ୍କ ପତ୍ନୀ ତୃପ୍ତି ଓ ଶ୍ୱଶୁରଙ୍କ ନାଁରେ ଖାରବେଳ ନଗର ଥାନାରେ ଏତଲା ଦେଇଥିଲେ ପ୍ରକୃତି । ତାଙ୍କ ଉପରେ ହୋଇଥିବା ଆକ୍ରମଣ ପାଇଁ ସେ ଏହି ଏତଲା ଦେଇଥିଲା ।

ତୃପ୍ତି ପ୍ରକୃତି ବାବୁଶାନ କଳି, ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅଭିନେତ୍ରୀ ପ୍ରକୃତି ମିଶ୍ର

ହାଇକୋର୍ଟଙ୍କ ଦ୍ୱାରସ୍ଥ ପରେ ନିଜର ପ୍ରତିକ୍ରିୟାରେ ପ୍ରକୃତି କହିଛନ୍ତି, "ମୋ ସହ ଯାହା ହୋଇଛି ଆପଣମାନେ ସମସ୍ତେ ଜାଣନ୍ତି । ନ୍ୟାୟାଳୟ ଉପରେ ମୋର ପୂରା ଭରସା ରହିଛି । ମୋତେ ନ୍ୟାୟ ମିଳିବ ବୋଲି ମୋର ଆଶା ରହିଛି ।"

ଅନ୍ୟପଟେ ଏହି ଘଟଣାନେଇ ପ୍ରକୃତି ମିଶ୍ରଙ୍କ ଓକିଲ ବ୍ୟୋମକେଶ ତ୍ରିପାଠୀ ମଧ୍ୟ ନିଜର ପ୍ରତିକ୍ରିୟା ରଖିଛନ୍ତି । ପୋଲିସର ଭୂମିକା ଉପରେ ଅସନ୍ତୋଷ ପ୍ରକାଶ କରିଛନ୍ତି । ସେ କହିଛନ୍ତି ଜୁଲାଇ ୨୩ ରେ ଆକ୍ରମଣ ପରେ ଥାନାରେ ଏତଲା କରାଯାଇଥିଲା । ଦୀର୍ଘଦିନ ବିତିଯାଇଥିଲେ ବି ପୋଲିସ କୌଣସି ନ୍ୟାୟ ଦେଇପାରିନାହିଁ । ବିଭିନ୍ନ ପ୍ରକାର ଆରୋପ ଥିଲେ ବି ପୋଲିସ ଉପଯୁକ୍ତ ଦଫା ଲଗାଇ ନାହିଁ। ମାମଲାରେ ଗୃହ ସଚିବ, ପୋଲିସ କମିଶନର, ଭୁବନେଶ୍ୱର ଡିସିପି ଓ ଖାରବେଳନଗର ଆଇଆଇସିଙ୍କୁ ପକ୍ଷଭୁକ୍ତ କରାଯାଇଛି । ନିରପେକ୍ଷ ସଂସ୍ଥା ଦ୍ୱାରା ତଦନ୍ତ କରାଇବାକୁ ହାଇକୋର୍ଟରେ ଅପିଲ କରାଯାଇଥିବା ପ୍ରକୃତିଙ୍କ ଓକିଲ ବ୍ୟୋମକେଶ ତ୍ରିପାଠୀ କହିଛନ୍ତି ।

ସୂଚନାଯୋଗ୍ୟ, କିଛିଦିନ ତଳେ ଅଭିନେତ୍ରୀ ପ୍ରକୃତି ମିଶ୍ର ଓ ବାବୁଶାନ ଚେନ୍ନାଇ ଯାଉଥିବା ବେଳେ ସର୍ବସାଧାରଣ ସ୍ଥାନରେ ଅଭିନେତା ବାବୁଶାନଙ୍କ ପତ୍ନୀ ତୃପ୍ତି ଗାଡି ଅଟକାଇ ନିଜ ସ୍ବାମୀଙ୍କୁ ମାଡ ମାରିଥିଲେ । ଏହାସହ ପ୍ରକୃତିଙ୍କ ଦୁର୍ବବ୍ୟବାହର କରିଥିଲେ । ଯାହାର ଭିଡିଓ ଭାଇରାଲ ହୋଇଥିଲା । ବେଶ କିଛି ଦିନ ଧରି ଏହି ଘଟଣା ରାଜ୍ୟରେ ଚର୍ଚ୍ଚାରେ ରହିଥିଲା । ଘଟଣାକୁ ନେଇ ପ୍ରଥମେ ପ୍ରକୃତିକଙ୍କ ବାପା ଥାନାରେ ଏତଲା ଦେଇଥିଲେ । ପରେ କାଉଣ୍ଟର ଏତଲା ଦେଇଥିଲେ ବାବୁଶାନଙ୍କ ପତ୍ନୀ ତୃପ୍ତି । ଘଟଣା ସମାଧାନ ଆଡକୁ ଯାଉଥିବା ବେଳେ ପ୍ରକୃତି ପୁଣି ହାଇକୋର୍ଟଙ୍କ ଦ୍ବାରସ୍ଥ ହେବା ଘଟଣାରେ ନୂଆ ମୋଡ ଆସିଛି ।

ଇଟିଭି ଭାରତ, କଟକ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.