କଟକ: ଆଜିଠାରୁ ଆରମ୍ଭ ହୋଇଛି ଦୁର୍ନୀତି ନିବାରଣ ସପ୍ତାହ । ଏହି ପରିପ୍ରେକ୍ଷୀରେ କଟକ ସ୍ଥିତ ଭିଜିଲାନ୍ସ ଅଫିସ ପରିସରରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହର ଶୁଭାରମ୍ଭ କରାଯାଇଛି । ଭିଜିଲାନ୍ସ ଅଫିସର ନିର୍ଦ୍ଦେଶକ ତଥା ବରିଷ୍ଠ ଆଇପିଏସ ଅଧିକାରୀ ଡକ୍ଟର ଦେବାଶିଷ ପାଣିଗ୍ରାହୀ, ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କୁ ଶପଥ ପାଠ କରାଇଛନ୍ତି।
ଅକ୍ଟୋବର ୨୮ରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ଏହି ଦୁର୍ନୀତି ନିବାରଣ ସପ୍ତାହ ପାଳନ କରାଯିବ। ପ୍ରତିବର୍ଷ ଅକ୍ଟୋବର ଶେଷ ସପ୍ତାହରେ କେନ୍ଦ୍ରୀୟ ଦୁର୍ନୀତି ନିବାରଣ କମିଶନ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ ହୋଇଥାଏ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ