ETV Bharat / city

ବୀର ପୁତ୍ର ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ - ନେତାଜୀଙ୍କ ଜନ୍ମସ୍ଥାନରେ ମୁଖ୍ୟମନ୍ତ୍ରୀ

ନେତାଜୀଙ୍କ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ
ନେତାଜୀଙ୍କ ଶ୍ରଦ୍ଧାଞ୍ଜଳି ଦେନେତାଜୀଙ୍କ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀଲେ ମୁଖ୍ୟମନ୍ତ୍ରୀ
author img

By

Published : Jan 23, 2021, 11:09 AM IST

Updated : Jan 23, 2021, 12:25 PM IST

11:06 January 23

ନେତାଜୀଙ୍କ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ

ନେତାଜୀଙ୍କ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ

କଟକ:ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କୁ ଜନ୍ମସ୍ଥାନରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଟକ ସ୍ଥିତ ନେତାଜୀଙ୍କ ବାସଭବନରେ ଶ୍ରଦ୍ଧଞ୍ଜଳି ଦେଇଛନ୍ତି ନବୀନ । ଏହାସହ ନେତାଜୀ ସୁଭାଷ ଚନ୍ଦ୍ରଙ୍କ ନାଁରେ କଟକ ନେତାଜୀ ବସ ଟର୍ମିନାଲର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଓଡିଆ ବଜାରସ୍ଥିତ ନେତାଜୀଙ୍କର ଜନ୍ମସ୍ଥାନ ଜାନକୀନାଥ ଭବନକୁ ଯାଇ ରାଜ୍ୟବାସୀଙ୍କ ତରଫରୁ ଶ୍ରଦ୍ଧାସୁମନ ଅର୍ପଣ କରି ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ନେତାଜୀଙ୍କ ୧୨୫ ତମ ଜନ୍ମବାର୍ଷିକୀ ପାଳନର ଅଂଶସ୍ବରୂପ  ଖାନନଗର ଠାରେ କଟକ ନେତାଜୀ ବସ୍‌ ଟର୍ମିନାଲର ଶିଳାନ୍ୟାସ କରିଥିଲେ । ନେତାଜୀଙ୍କ  ଜନ୍ମବାର୍ଷିକୀ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ଭାବରେ ବର୍ଷ ବ୍ୟାପୀ କାର୍ଯ୍ୟକ୍ରମ କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେ ଯେତେବେଳେ ବି ନେତାଜୀଙ୍କ ଜନ୍ମସ୍ଥାନକୁ ଯାଇଛନ୍ତି, ସେତେବେଳେ ସେ ଭାବୁକ ହୋଇଯାନ୍ତି । ଦେଶ ପାଇଁ ଓ ଜାତି ପାଇଁ ନେତାଜୀଙ୍କ ଅସୀମ ତ୍ୟାଗକୁ କେହି କେବେ ଭୁଲିପାରିବ ନାହିଁ ବୋଲି ସେ କହିଛନ୍ତି । ଭାରତର ସ୍ବାଧୀନତା ସଂଗ୍ରାମକୁ ଶକ୍ତିଶାଳୀ କରିବାରେ ତାଙ୍କର ଭୂମିକା ଥିଲା ଅତୁଳନୀୟ । ନେତାଜୀଙ୍କ ଦେଶଭକ୍ତି ଓ ସାହସ ଭାରତ ଇତିହାସରେ ଏକ ଗୌରବମୟ ଗାଥା ହୋଇ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

କିଛି ସମୟ ପୂର୍ବରୁ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବାସଭବନରେ ପହଞ୍ଚି ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଏହାସହ ନେତାଜୀଙ୍କ ବୀରଗାଥା ବିଷୟରେ ବର୍ଣ୍ଣନା କରିଥିଲେ । 

କଟକରୁ ନାରାୟଣ ସାହୁ, ଇଟିଭି ଭାରତ 

Last Updated : Jan 23, 2021, 12:25 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.