କଟକ: କଟକ ମହାନଗର ନିଗମରେ ବୁଧବାର ୨୨୭ କୋରୋନା ପଜେଟିଭ ଚିହ୍ନଟ କରାଯାଇଛି । ସେଥିରୁ ୮୧ ଜଣ ହୋମ କ୍ବାରଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୪୮ ଜଣ ଶିକ୍ଷାନୁଷ୍ଠାନ କ୍ବାରେଣ୍ଟାଇନରୁ ଚିହ୍ନଟ ହୋଇଛନ୍ତି । ୯୮ ଜଣ ସ୍ଥାନୀୟ ଆକ୍ରାନ୍ତ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଏ ପର୍ଯ୍ୟନ୍ତ କଟକ ମହାନଗର ନିଗମ ଅଞ୍ଚଳରୁ ୧୨ ହଜାର ୨୫ ଆକ୍ରାନ୍ତ ଚିହ୍ନଟ କରାଯାଇଥିଲା ବେଳେ ୯୪୮୦ ଜଣ ସୁସ୍ଥ ହୋଇ ଫେରିଛନ୍ତି । ୪୯ ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ୨୪୯୬ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସିଏମସି ପକ୍ଷରୁ ସୂଚନା ଦିଆଯାଇଛି ।
ସେହିପରି କଟକ ମହାନଗର ନିଗମ ଅଞ୍ଚଳରେ ବୁଧବାର ଜଣଙ୍କର ମୃତ୍ୟୁ ଘଟିଥିବା ସିଏମସି ପକ୍ଷରୁ ସୂଚନା ଦିଆଯାଇଛି।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ