କଟକ: ମହାନଗର ନିଗମରେ ୧୭ କୋରୋନା ପଜିଟିଭ ଚିହ୍ନଟ । ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନେ ହେଲେ ୭ ଜଣ ଶିକ୍ଷାନୁଷ୍ଠାନ କ୍ବାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୧୦ ଜଣ ସ୍ଥାନୀୟ ଆକ୍ରାନ୍ତ ପଜିଟିଭ ଚିହ୍ନଟ ହୋଇଛନ୍ତି ।
କଟକ ମହାନଗର ନିଗମ ଅଞ୍ଚଳରୁ ୧୫ ହଜାର ୫୧୨ ଆକ୍ରାନ୍ତ ଚିହ୍ନଟ କରାଯାଇଛି । ସେହିପରି ୧୪ ହଜାର ୮୯୮ ଜଣ ସୁସ୍ଥ ହୋଇ ଫେରିଛନ୍ତି । ୭୮ ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ୫୩୬ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସିଏମସି ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଦୀର୍ଘ ୪ ମାସପରେ ଏହି ସଂଖ୍ୟା ତଳକୁ ଖସିଛି ।
କଟକରୁ ନାରାୟଣ ସାହୁ,ଇଟିଭି ଭାରତ