କଟକ : ବାଣ ଭିଡିବା ବେଳେ ବିସ୍ଫୋରଣ, ତିନି ଗୁରୁତର । କଟକ ଆଠଗଡ଼ ତିଗିରିଆ ଅଞ୍ଚଳରେ ଘଟିଛି ଏଭଳି ଅଘଟଣ । ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ତିନିଜଣ ଗୁରୁତର ହୋଇଛନ୍ତି।
ସୂଚନାଅନୁଯାୟୀ ତିଗିରିଆ ବାଣେଶ୍ବରପଡା ଗାଁ ର ଧୀର ସ୍ବାଇଁ ନାମକ ଜଣେ ବ୍ୟକ୍ତି ତାଙ୍କ ଘରେ ବାଣ ତିଆରି କରୁଥିବା ବେଳେ ହଠାତ୍ ବିସ୍ଫୋରଣ ହୋଇଥିଲା । ବିସ୍ଫୋରଣରେ ଶରୀରର ୭୦ ଭାଗ ପୋଡ଼ିଯାଇଥିବା ବେଳେ ଏକ ଦେଢ ବର୍ଷର ଶିଶୁପୁତ୍ର ମଧ୍ୟ ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ସେମାନଙ୍କୁ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଛି ।
କଟକରୁ ପ୍ରଭୁକଲ୍ୟାଣ ପାଲ, ଇଟିଭି ଭାରତ