ETV Bharat / city

କଟକ ନାବାଳିକା ଦୁଷ୍କର୍ମ ମାମଲା: ଦୋଷୀକୁ ୧୪ ବର୍ଷ ସଶ୍ରମ କାରାଦଣ୍ଡ

କଟକ ନାବାଳିକା ଦୁଷ୍କର୍ମ ମାମଲାରେ ପ୍ରକାଶ ପାଇଲା ରାୟ । ଦୋଷୀକୁ ୧୪ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଶୁଣାଇଲେ ପୋକ୍ସୋ କୋର୍ଟ । ଅଧିକ ପଢନ୍ତୁ

author img

By

Published : May 17, 2022, 9:43 PM IST

କଟକ ନାବାଳିକା ଦୁଷ୍କର୍ମ ମାମଲା: ଦୋଷୀକୁ ୧୪ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଶୁଣାଇଲେ ପୋକ୍ସୋ କୋର୍ଟ

କଟକ: ୨୦୧୮ ମସିହାରେ କଟକ ଫେଜ ୨ ଥାନା ଅଞ୍ଚଳରେ ଘଟିଥିବା ନାବାଳିକା ଦୁଷ୍କର୍ମ ମାମଲାରେ ଦୋଷୀକୁ ୧୪ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଶୁଣାଇଲେ କଟକ ସ୍ବତନ୍ତ୍ର ପୋକ୍ସୋ ଅଦାଲତ । ଆସାମୀ ଅର୍ଜୁନ କୁର୍ତିକୁ ୧୪ ବର୍ଷ ସଶ୍ରମ କାରାଦଣ୍ଡ ସହ ୧୦ ହଜାର ଟଙ୍କାର ଜୋରିମାନା ଦେବା ପାଇଁ ପୋକ୍ସୋ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି । ୨୪ ଜଣ ସାକ୍ଷୀ ଓ ୧୪ ଟି ଡକ୍ୟୁମେଣ୍ଟ ଆଧାରରେ କୋର୍ଟ ଏହି ରାୟ ପ୍ରଦାନ କରିଛନ୍ତି ।

କେବଳ ସେତିକି ନୁହେଁ, ନାବାଳିକାକୁ ୫ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବା ପାଇଁ ମଧ୍ୟ କୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ତେବେ ୨୦୧୮ ମସିହାରେ କଟକ ଫେଜ-୨ ଥାନା ଅଞ୍ଚଳରେ ଏହି ଘଟଣା ଘଟିଥିଲା । ନାବାଳିକା ପରିବାର ପକ୍ଷରୁ ଥାନାରେ ଏତଲା ଦାଏର ହେବା ପରେ ଅଭିଯୁକ୍ତ ଅର୍ଜୁନ କୁର୍ତିକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା ପୋଲିସ ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.