କଟକ: ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୫୨୦୭ଟି ମାମଲା ରୁଜୁ କରାଯାଇଛି । ଗତ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ଗୁରୁବାର ସକାଳୁ ଶୁକ୍ରବାର ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୧୨୨ଟି ମାମଲା ରୁଜୁ କରାଯାଇଛି । ଏହି ୧୨୨ଟି ମାମଲା ମଧ୍ୟରୁ ୧୧୭ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ ହୋଇଥିବା ବେଳେ, ହୋମକ୍ବାରେଣ୍ଟାଇନ ଉଲଙ୍ଘନ କରିବା ଅଭିଯୋଗରେ କୌଣସି ମାମଲା ରୁଜୁ ହୋଇନାହିଁ ।
ଗୋଟିଏ ମାମଲା ଗୁଜବ ସୃଷ୍ଟି କରିବା ଅଭିଯୋଗରେ ରୁଜୁ କରାଯାଇଛି । ସେହିପରି ୪ଟି ମାମଲା ଅନ୍ୟାନ୍ୟ କାରଣ ପାଇଁ ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ