ETV Bharat / city

ତାଲାବନ୍ଦ କଟକଣା ଉଲ୍ଲଂଘନ; 24 ଘଣ୍ଟାରେ ୧୭ ମାମଲା ରୁଜ୍ଜୁ

author img

By

Published : Jul 31, 2020, 6:57 PM IST

ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୭୨୬୨ ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଅଧିକ ପଢନ୍ତୁ...

lockdown violation case in cuttack
ତାଲାବନ୍ଦ କଟକଣା ଉଲ୍ଲଂଘନ; 24 ଘଣ୍ଟାରେ ୧୭ ମାମଲା ରୁଜ୍ଜୁ

କଟକ: ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୭୨୬୨ ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଗତକାଲି ସକାଳୁ ଆଜି ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୧୭ ଟି ମାମଲା ରୁଜୁ କରାଯାଇଛି । ଏହି ୧୭ ଟି ମାମଲା ମଧ୍ୟରୁ ୧୪ ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ବେଳେ ଗୋଟିଏ ମାମଲା ଗୁଜବ ସୃଷ୍ଟି କରିବା ଅଭିଯୋଗରେ ରୁଜୁ କରାଯାଇଛି ।

ସେହିପରି ଦୁଇଟି ମାମଲା ଅନ୍ୟାନ୍ୟ ପାଇଁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.