କଟକ: ତାଲାବନ୍ଦ ନିୟମକୁ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୬୪୩୭ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ଗତକାଲି ସକାଳୁ ଆଜି ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୧୬ ଟି ମାମଲା ରୁଜୁ କରାଯାଇଛି । ଏହି ୧୬ ଟି ମାମଲା ମଧ୍ୟରୁ ୧୨ ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ବେଳେ ଦୁଇଟି ମାମଲା ହୋମକ୍ବାରେଣ୍ଟାଇନ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଛି ।
ତେବେ ଦୁଇଟି ମାମଲା ଅନ୍ୟାନ୍ୟ ପାଇଁ ରୁଜୁ କରାଯାଇଥିବା ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ