ETV Bharat / city

ନୟାଗଡ ନାବାଳିକା ହତ୍ୟାକାଣ୍ଡ ମାମଲା: ଚାର୍ଜସିଟ୍‌ ଦାଖଲ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ - ଚାର୍ଜସିଟ୍‌ ଦାଖଲ

ନୟାଗଡ ନାବାଳିକା ହତ୍ୟାକାଣ୍ଡ ମାମଲାରେ ଚାର୍ଜସିଟ୍‌ ଦାଖଲ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଅଧିକ ପଢନ୍ତୁ...

ନୟାଗଡ ନାବାଳିକା ହତ୍ୟାକାଣ୍ଡ ମାମଲା
ନୟାଗଡ ନାବାଳିକା ହତ୍ୟାକାଣ୍ଡ ମାମଲା
author img

By

Published : Dec 24, 2020, 12:55 PM IST

Updated : Dec 24, 2020, 1:24 PM IST

କଟକ: ହାଇକୋର୍ଟରେ ବହୁଚର୍ଚ୍ଚିତ ନୟାଗଡ ନାବାଳିକା ହତ୍ୟାକାଣ୍ଡ ମାମଲାର ଆଜି ଶୁଣାଣି ହୋଇଛି । ଏହି ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ନେଇ ଆଜି କୋର୍ଟଙ୍କୁ ଅବଗତ କରିଛି ଏସଆଇଟି। ପରେ ଏହାର ଶୁଣାଣି କରି ମାମଲାର ଚାର୍ଜସିଟ୍‌ ଦାଖଲ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଜାନୁଆରୀ 12 ସୁଦ୍ଧା ଚାର୍ଜସିଟ ଦାଖଲ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଜାନୁଆରା 12ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରାଯାଇଛି।

ନୟାଗଡ ନାବାଳିକା ହତ୍ୟାକାଣ୍ଡ ମାମଲା

ସୂଚନାଯୋଗ୍ୟ, ଗତ 16ତାରିଖରେ ଏହି ମାମଲାର ଶୁଣାଣି ହୋଇଥିବା ବେଳେ ପୂର୍ବ ନିର୍ଦ୍ଦେଶନାମା ଅନୁଯାୟୀ କ୍ରାଇମବ୍ରାଞ୍ଚ ଏସଆଇଟି ପକ୍ଷରୁ ତଦନ୍ତର ଅଗ୍ରଗତି ନେଇ ଷ୍ଟାଟସ ରିପୋର୍ଟ ଦାଖଲ କରାଯାଇଥିଲା। ସିଲ କଭର ମଧ୍ୟରେ ଏହି ଷ୍ଟାଟସ ରିପୋର୍ଟ ହାଇକୋର୍ଟରେ ଦାଖଲ ହୋଇଥିଲା।

ତେବେ ଗତ 4 ତାରିଖରେ ଏହି ମାମଲାର ଶୁଣାଣି କରି କ୍ଷୁବ୍ଧ ହୋଇଥିଲେ ହାଇକୋର୍ଟ। ଅଭିଯୁକ୍ତକୁ ଅଦ୍ୟାବଧି କାହିଁକି ଗିରଫ କରାଯାଇ ନାହିଁ ବୋଲି ପ୍ରଶ୍ନ କରିଥିଲେ ଅଦାଲତ। ଏହାସହ ନାବାଳିକାଙ୍କ ପରିବାରକୁ ସୁରକ୍ଷା ଯୋଗାଇ ଦେବାକୁ ନୟାଗଡ ଏସପିଙ୍କୁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟ ବିଚାରପତିଙ୍କ ଖଣ୍ଡପୀଠ। ସିବିଆଇ ତଦନ୍ତ ପ୍ରାର୍ଥନା କରି ହାଇକୋର୍ଟରେ ଦୁଇଟି ଜନସ୍ବାର୍ଥ ମାମଲା ରୁଜୁ ହୋଇଥିବା ବେଳେ ଦୁଇଟି ଯାକ ମାମଲାର ଏକତ୍ର ଶୁଣାଣି ଚାଲିଛି।

ନାବାଳିକାଙ୍କ ପରିବାରକୁ 25 ଲକ୍ଷ ଟଙ୍କାର କ୍ଷତିପୂରଣ ପ୍ରଦାନ ପାଇଁ ମଧ୍ୟ ହାଇକୋର୍ଟରେ ଆବେଦନ ହୋଇଛି। ଆଇନଜୀବୀ ପଦ୍ମାଳୟା ମହାପାତ୍ର ଓ ଭାରତୀୟ ବିକାଶ ପରିଷଦ ପକ୍ଷରୁ ପୃଥକ ପୃଥକ ଭାବେ ଦୁଇଟି ମାମଲା ଦାୟର କରାଯାଇଛି।

ମାମଲା ଦୁଇଟିରେ ରାଜ୍ୟ ଗୃହ ସଚିବ, ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ, ନୟାଗଡ ଜିଲ୍ଲାପାଳ, ନୟାଗଡ ଏସପି, ନୟାଗଡ ସଦର ଥାନାଧିକାରୀଙ୍କୁ ପକ୍ଷଭୁକ୍ତ କରାଯାଇଛି। ଭାରତୀୟ ବିକାଶ ପରିଷଦ ପକ୍ଷରୁ ଆଗତ ଜନସ୍ବାର୍ଥ ମାମଲାରେ ଆବେଦନ କରାଯାଇଛି ଯେ, ବାହ୍ୟ ଚାପ ମୁକ୍ତ ତଦନ୍ତକାରୀ ସଂସ୍ଥାକୁ ଏହି ତଦନ୍ତ ଦାୟିତ୍ବ ଦିଆଯାଉ। ଯେତେ ପ୍ରଭାବଶାଳୀ ବ୍ୟକ୍ତି ଥାନ୍ତୁ ନା କାହିଁକି ଏହାର ସଠିକ କରାଯାଉ ଅବା ସିବିଆଇ ଦ୍ବାରା ତଦନ୍ତ କରାଯାଉ। ସେହିପରି ପୀଡିତାଙ୍କ ପରିବାରକୁ 25 ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ପ୍ରାର୍ଥନା କରାଯାଇଛି। ତେବେ ଗତକାଲି ଭାରତୀୟ ବିକାଶ ପରିଷଦ ପକ୍ଷରୁ ଏହି ମାମଲାରେ ଏକ ମିସକେସ ମଧ୍ୟ ଦାଖଲ କରାଯାଇଛି।

ସେପଟେ ପଦ୍ମାଳୟା ମହାପାତ୍ରଙ୍କ ପକ୍ଷରୁ ହୋଇଥିବା ଆବେଦନରେ ପ୍ରାର୍ଥନା କରାଯାଇଛି କି, ଏହି ଘଟଣାର ତଦନ୍ତ ପାଇଁ ସ୍ବତନ୍ତ୍ର ତଦନ୍ତକାରୀ ଟିମ ଗଠନ କରାଯାଉ କିମ୍ବା ସିବିଆଇ ଦ୍ବାରା ତଦନ୍ତ କରାଯାଉ। ନାବାଳିକାଙ୍କ ପରିବାରକୁ କ୍ଷତିପୂରଣ ଯୋଗାଇ ଦେବାକୁ ମଧ୍ୟ ପ୍ରାର୍ଥନା କରାଯାଇଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

Last Updated : Dec 24, 2020, 1:24 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.