ଭୁବନେଶ୍ବର: ଓଡିଶାର ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କ ଧର୍ମପତ୍ନୀ ତଥା ରାଜ୍ୟର ପ୍ରଥମ ମହିଳା ସୁଶୀଳା ଦେବୀଙ୍କର ଦେହାନ୍ତ ହୋଇଛି ।
ତାଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ସୁଶୀଳା ଦେବୀ ଜଣେ ଧର୍ମପରାୟଣା ଓ ପରୋପକାରୀ ମହିଳା ଥିଲେ ଭଗବାନ ତାଙ୍କ ଅମର ଆତ୍ମାକୁ ଶାନ୍ତି ଦିଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ସୁଶିଳା ଦେବୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ସେ ଟ୍ବିଟ କରି ଲେଖିଛନ୍ତି, ‘ଓଡ଼ିଶାର ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଜୀଙ୍କ ଧର୍ମପତ୍ନୀ ସୁଶିଳା ଦେବୀଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ମହାପ୍ରଭୁ ଶ୍ରୀଜଗନ୍ନାଥ ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ବର୍ଗକୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ । ଅମର ଆତ୍ମାର ସଦଗତି କାମନା କରୁଛି ।’

ସେହିପରି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଶୋକ ପ୍ରକାଶ କରିଛନ୍ତି । ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି । ସୁଶୀଳା ଦେବୀଙ୍କ ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ବୋଲି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କହିଛନ୍ତି ।

ଖାଦ୍ୟ ଯୋଗାଣ ମନ୍ତ୍ରୀ ରାଜ୍ୟପାଳଙ୍କ ପତ୍ନୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ସେ ଟ୍ବିଟ କରି ଲେଖିଛନ୍ତି, ସୁଶୀଳା ଦେବୀଙ୍କ ପରଲୋକ ଖବର ଶୁଣି ମୁଁ ଅତ୍ୟନ୍ତ ମର୍ମାହତ । ପ୍ରଭୁ ଜଗନ୍ନାଥ ତାଙ୍କର ଅମର ଆତ୍ମାର ସଦଗତି କରିବା ସହ ଏହି ଦୁଃଖଦ ସମୟରେ ତାଙ୍କ ପରିବାରକୁ ସାହାସ ଓ ଧର୍ଯ୍ୟ ଦିଅନ୍ତୁ ବୋଲି ଲେଖିଛନ୍ତି ।

ସେହିପରି ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ରାଜ୍ୟପାଳଙ୍କ ପତ୍ନୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ଶୋକ ସନ୍ତପ ପରିବାରକୁ ସମବେଦନା ଜଣାଇଛନ୍ତି ।

ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ରାଜ୍ୟପାଳ ଗଣେଶୀଲାଲଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି । ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ ଓ ତପନ ଦାସ, ଇଟିଭି ଭାରତ