ETV Bharat / city

ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ଘଟଣା: ହାଇକୋର୍ଟରେ ପୁଞ୍ଜିଲାଲର ଜାମିନ ଆବେଦନ ଖାରଜ

author img

By

Published : Jul 22, 2022, 12:57 PM IST

ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା । ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରର(Punjilal Meher) ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ । ଅଧିକ ପଢନ୍ତୁ

ବହୁ ଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ଘଟଣା, ପୁଞ୍ଜିଲାଲର ଜାମିନ ଆବେଦନ ଖାରଜ

କଟକ: ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ମାମଲାର (Parcel Bomb Case Accused) ମୁଖ୍ୟ ସୂତ୍ରଧର ପୁଞ୍ଜିଲାଲ ମେହେରର ଜାମିନ ଆବେଦନ ହାଇକୋର୍ଟରେ ଖାରଜ ହୋଇଛି । ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରର ଜାମିନ ଆବେଦନ ଖାରଜ କଲେ ଓଡିଶା ହାଇକୋର୍ଟ । ୨୦୧୮ ମସିହାରେ କ୍ରାଇମବ୍ରାଞ୍ଚ ଦ୍ବାରା ଗିରଫ ହୋଇଥିଲା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେର । ୨୦୧୮, ଫେବୃଆରୀ ୨୩ରେ ନବ ବିବାହିତ ସୌମ୍ୟଶେଖର ଓ ପତ୍ନୀ ରିମା ପାର୍ସଲ ଖୋଲୁଥିବାବେଳେ ବିସ୍ପୋରଣ ଘଟିଥିଲା ।

ଏଥିରେ ସୌମ୍ୟଶେଖର, ତାଙ୍କ ଜେଜେମାଙ୍କର ମୃତ୍ୟୁ ହୋଇଥିଲା ଓ ପତ୍ନୀ ରୀମା ଗୁରୁତର ଆହତ ହୋଇଥିଲେ । ଏହି ଘଟଣାକୁ ନେଇ ପ୍ରଥମେ ପାଟଣାଗଡ଼ ଥାନା ପୋଲିସ ମାମଲା ରୁଜୁ କରିଥିଲା । ଏହାପରେ ମାର୍ଚ୍ଚ ୨୩ରେ କ୍ରାଇମବ୍ରାଞ୍ଚର ଏସଆଇଟିକୁ ମାମଲା ହସ୍ତାନ୍ତର କରାଯାଇଥିଲା । ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ଭଈଁସା କଲେଜର ଇଂରାଜୀ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ୨୦୧୮ ଏପ୍ରିଲ ୨୫ ରେ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.