ETV Bharat / city

ବିପଦରେ ଗଜରାଜ, ସୁରକ୍ଷା ପାଇଁ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା

author img

By

Published : Jun 29, 2022, 10:28 AM IST

Updated : Jun 29, 2022, 2:32 PM IST

ବିପଦରେ ଗଜରାଜ । ଦିନକୁ ଦିନ ରାଜ୍ୟ ହାତୀ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ହାତୀଙ୍କ ସୁରକ୍ଷା ପାଇଁ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି । କଟକ ମଙ୍ଗଳାବାଗ ଅଞ୍ଚଳର ଗୀତା ରାଉତଙ୍କ ପକ୍ଷରୁ ଦାୟର ଏହି ଜନସ୍ବାର୍ଥ ମାମଲା । ଅଧିକ ପଢନ୍ତୁ

ବିପଦରେ ଗଜରାଜ, ସୁରକ୍ଷା ପାଇଁ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ

କଟକ: ବିପଦରେ ଗଜରାଜ । ଦିନକୁ ଦିନ ରାଜ୍ୟ ହାତୀ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ହାତୀଙ୍କ ସୁରକ୍ଷା ପାଇଁ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି । କଟକ ମଙ୍ଗଳାବାଗ ଅଞ୍ଚଳର ଗୀତା ରାଉତଙ୍କ ପକ୍ଷରୁ ଦାୟର ଏହି ଜନସ୍ବାର୍ଥ ମାମଲା । ମାମଲାର ଅଧିକ ତଥ୍ୟ ଦାଖଲ ପାଇଁ ଆବେଦନକାରୀଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ମାମଲାର ଶୁଣାଣି କରି ରାଜ୍ୟରେ ହାତୀଙ୍କ ପ୍ରକୃତ ସ୍ଥିତି ସଂକ୍ରାନ୍ତରେ ଅଧିକ ତଥ୍ୟ ଦାଖଲ କରିବାକୁ ଆବେଦନକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ପରବର୍ତ୍ତୀ ଶୁଣାଣି ମଧ୍ୟରେ ତଥ୍ୟ ଦାଖଲ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

ବିପଦରେ ଗଜରାଜ, ସୁରକ୍ଷା ପାଇଁ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା
ବିପଦରେ ଗଜରାଜ, ସୁରକ୍ଷା ପାଇଁ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ
ବିପଦରେ ଗଜରାଜ, ସୁରକ୍ଷା ପାଇଁ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ

ଜୁଲାଇ ୫ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରିଛନ୍ତି କୋର୍ଟ । ଆବେଦନକାରୀ ଆବେଦନରେ ଉଲ୍ଲେଖ କରିଛନ୍ତି ଯେ ରାଜ୍ୟରେ ବନ୍ୟଜନ୍ତୁ ଶିକାର ବଢି ଚାଲିଥିବା ବେଳେ ହାତୀ ମୃତ୍ୟୁ ଘଟଣା ଏବେ ଚର୍ଚ୍ଚାର ବିଷୟ ହୋଇଛି । ଏହି ସପ୍ତାହରେ ନରସିଂହପୁର ସଂରକ୍ଷିତ ଜଙ୍ଗଲରେ ଗୁଳି ମାଡର ଶିକାର ହାତୀର ମୃତ୍ୟୁ ହୋଇଥିଲା । କିନ୍ତୁ ହାତୀ ମୃତ୍ୟୁ ପାଇଁ ରାଜ୍ୟ ସରକାର ଓ ବନ ବିଭାଗ ଏହି ଘଟଣା ପାଇଁ ଚିନ୍ତିତ ନଥିବା ଭଳି ଲାଗୁଛି । ବନ୍ୟ ଜୀବନ (ସୁରକ୍ଷା )ଆଇନ,୧୯୭୨ ଅଧିନରେ ଥିବା ଦଣ୍ଡ ବ୍ୟବସ୍ଥା ଯଦି କଠୋର ନ ହେବ ତେବେ ଏଭଳି ଘଟଣା ନିୟମିତ ଘଟିବ।

ଆସାମ ସରକାର ୨୦୧୦ରେ ବନ୍ୟଜନ୍ତୁ ସୁରକ୍ଷା ପାଇଁ ରହିଥିବା ଆଇନରେ ପରିବର୍ତ୍ତନ କରି ଦଣ୍ଡ ବ୍ୟବସ୍ଥା କଠୋର କରିଥିଲେ । ଆସାମ ଢଙ୍ଗରେ ଓଡ଼ିଶାରେ ମଧ୍ୟ ଆଇନରେ ସଂଶୋଧନ କରାଯାଇ ବନ୍ୟଜନ୍ତୁ ଶିକାର ପାଇଁ କଠୋର ଦଣ୍ଡ ବ୍ୟବସ୍ଥା କରାଯିବା ଲାଗି ନିର୍ଦ୍ଦେଶ ଦିଆଯାଉ ବୋଲି ଆବେଦନକାରୀ ଦର୍ଶାଇଛନ୍ତି । ବିଗତ ୫ ବର୍ଷ ଭିତରେ ବନ୍ୟଜନ୍ତୁ ବିଶେଷ କରି ହାତୀଙ୍କ ସୁରକ୍ଷା ପାଇଁ କଣ ପଦକ୍ଷେପ ଗ୍ରହଣ କରାଯାଇଛି ସେ ନେଇ ସରକାରଙ୍କ ନିକଟରୁ ଜବାବ ତଲବ କରାଯାଉ । କେତେ ଜଣ ଅଭିଯୁକ୍ତଙ୍କୁ ହାତୀ ଶିକାର ପାଇଁ ଗିରଫ କରାଯାଇଛି ସେ ନେଇ ସରକାର ସ୍ପଷ୍ଟ କରନ୍ତୁ ବୋଲି ଆବେଦନକାରୀ ଦର୍ଶାଇଛନ୍ତି । ମାମଲାରେ ଜଙ୍ଗଲ ଓ ପରିବେଶ ବିଭାଗ ସଚିବ, ପ୍ରମୁଖ ମୁଖ୍ୟ ବନ ସଂରକ୍ଷକ, ରାଜ୍ୟ ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକଙ୍କୁ ପକ୍ଷଭୁକ୍ତ କରାଯାଇଛି ।

ଇଟିଭି ଭାରତ, କଟକ

Last Updated : Jun 29, 2022, 2:32 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.