ETV Bharat / city

ରେରା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ଝଟକା, ନୂଆ ବିଜ୍ଞପ୍ତି ଉପରେ ରହିତାଦେଶ

ରେରା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ଝଟକା । ରେରାର ନୂଆ ବିଜ୍ଞପ୍ତି ଉପରେ ରହିତାଦେଶ ଜାରି କରିଛନ୍ତି ହାଇକୋର୍ଟ । ଆସୋସିଏସନ ଅଫ୍‌ ଆଲୋଟିଜ ପଞ୍ଜିକରଣ ଉପରେ କୋର୍ଟ ଅନ୍ତରୀଣ ରହିତାଦେଶ ଜାରି କରିଛନ୍ତି । ସୋସାଇଟି ରେଜିଷ୍ଟ୍ରସନ ଆକ୍ଟ ରେ ହୋଇଥାନ୍ତା ଆସୋସିଏସନ ଅଫ ଆଲୋଟିଜ ର ପଞ୍ଜିକରଣ । ଅଧିକ ପଢନ୍ତୁ

author img

By

Published : Sep 30, 2022, 7:44 PM IST

ରେରା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ଝଟକା, ନୂଆ ବିଜ୍ଞପ୍ତି ଉପରେ ରହିତାଦେଶ
ରେରା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ଝଟକା, ନୂଆ ବିଜ୍ଞପ୍ତି ଉପରେ ରହିତାଦେଶ

କଟକ: ରେରା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ଝଟକା । ରେରାର ନୂଆ ବିଜ୍ଞପ୍ତି ଉପରେ ରହିତାଦେଶ ଜାରି କରିଛନ୍ତି ହାଇକୋର୍ଟ । ଆସୋସିଏସନ ଅଫ ଆଲୋଟିଜ ପଞ୍ଜିକରଣ ଉପରେ କୋର୍ଟ ଅନ୍ତରୀଣ ରହିତାଦେଶ ଜାରି କରିଛନ୍ତି । ସୋସାଇଟି ରେଜିଷ୍ଟ୍ରସନ ଆକ୍ଟ ରେ ହୋଇଥାନ୍ତା ଆସୋସିଏସନ ଅଫ ଆଲୋଟିଜ ର ପଞ୍ଜିକରଣ । ଏନେଇ ଗତ 28 ତାରିଖରେ ରେରା ଜାରି କରିଥିଲା ବିଜ୍ଞପ୍ତି ।

ହଠାତ କାହିଁକି ଏବଂ କିପରି ଏହି ବିଜ୍ଞପ୍ତି ଜାରି କରାଗଲା ସେନେଇ କୋର୍ଟ ବିରକ୍ତି ପ୍ରକାଶ କରିବା ସହ ଏପରି ଅନ୍ତରୀଣ ରହିତାଦେଶ ଜାରି କରିଛନ୍ତି । ତେବେ ଆସନ୍ତା ଅକ୍ଟୋବର 12 ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରିଛନ୍ତି କୋର୍ଟ । ପୂର୍ବ ଶୁଣାଣି ସମୟରେ ରାଜ୍ୟ ସରକାର ଖୁବ ଶୀଘ୍ର ନୂଆ "ଆପାର୍ଟମେଣ୍ଟ ଓନରସିପ ଆକ୍ଟ" ପ୍ରଣୟନ କରିବେ ବୋଲି କହିଥଲେ । ଆପାର୍ଟମେଣ୍ଟରେ ଫ୍ଲାଟ ବୁକିଂ ପାଇଁ ସଂଶୋଧିତ ଫ୍ଲାଟ ବୁକିଂ ଏଗ୍ରିମେଣ୍ଟର ଏକ ଫର୍ମାଟ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ମଧ୍ୟ ପୂର୍ବ ଶୁଣାଣିରେ ଉପସ୍ଥାପନ କରାଯାଇଥିଲା ।

ତେବେ ମୁଖ୍ୟ ପଞ୍ଜିକରଣ ଅଧିକାରୀ (IGR) ଏହି ଫର୍ମାଟର ଅନୁଧ୍ୟାନ କରି ଏହାକୁ କାର୍ଯ୍ୟକାରୀ କରିବା ଉପରେ ନିଷ୍ପତ୍ତି ନେବେ ବୋଲି ହାଇକୋର୍ଟ କହିଥିଲେ । କେନ୍ଦ୍ର ସରକାରଙ୍କ ନୂଆ ରେରା ଆଇନ ପ୍ରଣୟନ ପରେ ରାଜ୍ୟ ସରକାର ସେହି ଢାଞ୍ଚାରେ ଆଇନ ଆଣିବାକୁ 3 ମାସ ସମୟ ନେଇଥିଲେ । ରେରା ଆଇନ ଅନୁଯାୟୀ ଫ୍ଲାଟ ଓନର ଆସୋସିଏସନ ପଞ୍ଜିକରଣ ବିନା ଫ୍ଲାଟ ବିକ୍ରି ଉପରେ ହାଇକୋର୍ଟ ଅସନ୍ତୋଷ ପ୍ରକାଶ କରିବା ପରେ ମୁଖ୍ୟ ପଞ୍ଜିକରଣ ଅଧିକାରୀ (IGR) ସମସ୍ତ ପଞ୍ଜିକରଣ ବନ୍ଦ କରିଥିଲେ ।

୧୯୮୨ରେ ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଆଇନ ପ୍ରଣୟନ ହୋଇଥିବା ବେଳେ ୨୦୧୫ରେ ଏଥିରେ ସଂଶୋଧନ କରାଯାଇଥିଲା । ଏହାପରେ ୨୦୧୬ରେ ରିଅଲ ଇଷ୍ଟେଟ କାରବାରକୁ ସୁବ୍ୟବସ୍ଥିତ କରିବା ପାଇଁ ରେରା ଆଇନ କାର୍ଯ୍ୟକାରୀ କରାଯାଇଥିଲା । ରେରା ଆଇନ ଅନୁସାରେ କୌଣସି ଆପର୍ଟମେଣ୍ଟରେ ଫ୍ଲାଟ କିଣୁଥିବା ବ୍ୟକ୍ତିମାନେ ବୁକିଂ ପରେ ଆସୋସିଏସନ୍ ଗଠନ କରିପାରିବେ । ଏହାର ଅର୍ଥ ଆପର୍ଟମେଣ୍ଟ କ୍ରୟ ସଂପର୍କିତ ଦଲିଲ କାର୍ଯ୍ୟକାରୀ ପୂର୍ବରୁ ଏପରି ଆସୋସିଏସନ କରି ହେବ । ଯଦି ଫ୍ଲାଟ ନିର୍ମାଣ ଓ ହସ୍ତାନ୍ତରରେ କିଛି ନିୟମ ବା ଚୁକ୍ତି ଉଲ୍ଲଂଘନ ହୁଏ ତେବେ ଏପରି ଆସୋସିଏସନ୍ ରେରା ଆଇନ ଅନୁସାରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ନିକଟରେ ଅଭିଯୋଗ କରିପାରିବେ ।

ରେରା ଆଇନ ବଳବତ୍ତର ରହିଥିବା ବେଳେ ସରକାର ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା (ସଂଶୋଧିତ) ନିୟମାବଳୀ ୨୦୨୧ କାର୍ଯ୍ୟକାରୀ କରିଥିଲେ । ଏ ସଂପର୍କିତ ୧୯୯୨ର ନିୟମାବଳୀରେ ସଂଶୋଧନ କରିଥିଲେ ସରକାର । ଆପର୍ଟମେଣ୍ଟର ଅତି କମରେ ୮ଟି ଫ୍ଲାଟ୍‌ର ବିକ୍ରି ପରେ ଆପର୍ଟମେଣ୍ଟ ମାଲିକଙ୍କ ଆସୋସିଏସନ୍ କରି ହେବ ବୋଲି ନୂଆ ସଂଶୋଧିତ ନିୟମରେ ସ୍ପଷ୍ଟ କରାଯାଇଥିଲା । ୨୦୨୧ର ସଂଶୋଧିତ ନିୟମାବଳୀ ରେରା ଆଇନର ବିରୁଦ୍ଧାଚାରଣ କରୁଛି ଓ ଆପର୍ଟମେଣ୍ଟ ମାଲିକଙ୍କ ସ୍ବାର୍ଥ ବିରୋଧୀ ବୋଲି ଆବେଦନକାରୀ ଦର୍ଶାଇଛନ୍ତି । ଆପର୍ଟମେଣ୍ଟର ସାଧାରଣ ଅଞ୍ଚଳ(କମନ ଏରିଆ) ମାଲିକମାନଙ୍କୁ ନେଇ ଗଠିତ ଆସୋସିଏସନ ନାଁରେ ପଞ୍ଜିକୃତ ହେବା କ୍ଷେତ୍ରରେ ସଂଶୋଧିତ ନିୟମାବଳୀ ବାଧା ସୃଷ୍ଟି କରୁଛି । ଏପରି ସଂଶୋଧିନ ନିୟମାବଳୀକୁ ରଦ୍ଦ କରାଯାଉ ବୋଲି ଆବେଦନକାରୀ କୋର୍ଟଙ୍କୁ ପ୍ରାର୍ଥନା କରିଥିଲେ ।

ଇଟିଭି ଭାରତ, କଟକ

For All Latest Updates

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.