କଟକ: ରଥଯାତ୍ରା ବନ୍ଦ କରିବାକୁ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି । କୋରୋନା ସ୍ଥିତିକୁ ଦୃଷ୍ଟିରେ ରଖି ଚଳିତବର୍ଷ ରଥଯାତ୍ରା ବନ୍ଦ କରିବାକୁ ଆବେଦନ କରାଯାଇଛି । କେନ୍ଦ୍ର ଓ ରାଜ୍ୟ ଆଇନ ସଚିବ, ମୁଖ୍ୟ ଶାସନ ସଚିବ, ପୁରୀ ଜିଲ୍ଲାପାଳ, ପୁରୀ ଏସପି, ପୋଲିସ ମହାନିର୍ଦ୍ଦେଶକଙ୍କ ସମେତ 11 ଜଣଙ୍କୁ ପକ୍ଷଭୁକ୍ତ କରାଯାଇଛି ।

ବର୍ତ୍ତମାନ ରାଜ୍ୟରେ କୋରୋନା ସ୍ଥିତି ଦିନକୁ ଦିନ ଭୟଙ୍କର ହେଉଥିବା ବେଳେ ଚଳିତ ବର୍ଷ ରଥଯାତ୍ରାକୁ ସ୍ଥଗିତ ରଖିବାକୁ ଆବେଦନକାରୀମାନେ ପ୍ରାର୍ଥନା କରିଛନ୍ତି । ଭାରତୀୟ ବିକାଶ ପରିଷଦ ପକ୍ଷରୁ ହାଇକୋର୍ଟରେ ଏନେଇ ଏକ ମାମଲା ରୁଜୁ କରାଯାଇଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ