ETV Bharat / city

ସ୍କୁଲ ଫି ପ୍ରସଙ୍ଗ: ରାଜ୍ୟ ସରକାରଙ୍କୁ ସ୍ପଷ୍ଟୀକରଣ ମାଗିଲେ ହାଇକୋର୍ଟ - HC seeks clarification from Odisha govt

ସ୍କୁଲ ଫି ପ୍ରସଙ୍ଗରେ ସ୍ପଷ୍ଟ ଆଭିମୁଖ୍ୟ ଦର୍ଶାଇ ସତ୍ୟପାଠ ଦାଖଲ ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଆସନ୍ତା ୨ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ କୋର୍ଟ ଦିନ ଧାର୍ଯ୍ୟ କରିଛନ୍ତି । ଅଧିକ ପଢନ୍ତୁ..

ସ୍କୁଲ ଫି ପ୍ରସଙ୍ଗ: ରାଜ୍ୟ ସରକାରଙ୍କୁ ସ୍ପଷ୍ଟୀକରଣ ମାଗିଲେ ହାଇକୋର୍ଟ

author img

By

Published : Nov 23, 2020, 2:57 PM IST

Updated : Nov 23, 2020, 3:30 PM IST

କଟକ: ରାଜ୍ୟରେ ସ୍କୁଲ ଫି ହ୍ରାସ ପ୍ରସଙ୍ଗରେ ନିଜର ଆଭିମୁଖ୍ୟ ସତ୍ୟପାଠ ମାଧ୍ୟମରେ ଜଣାଇବାକୁ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ବିଶେଷକରି ରାଜସ୍ଥାନ,ପଞ୍ଜାବ ଓ ହରିଆନା ରାଜ୍ୟ ଭଳି, ନିର୍ଦ୍ଦିଷ୍ଟ ଫି ଛାଡ଼ କରିବା ପାଇଁ ସତ୍ୟପାଠ ଜରିଆରେ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

ଆସନ୍ତା ୨ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ କୋର୍ଟ ଦିନ ଧାର୍ଯ୍ୟ କରିଛନ୍ତି । ରାଜ୍ୟ ସରକାର ଏନେଇ ସ୍କୁଲ କର୍ତ୍ତୃପକ୍ଷ ଓ ଅଭିଭାବକ ସଙ୍ଘ ସହ ଏମଓୟୁ ସ୍ବାକ୍ଷର କରିଥିବା ବେଳେ ତାହା ଅନୁଯାୟୀ ହାଇକୋର୍ଟ ନିର୍ଦ୍ଦେଶ ନାମା ଦିଅନ୍ତୁ ବୋଲି ପୂର୍ବରୁ ନିଜର ମତାମତ ରଖିଥିଲେ ରାଜ୍ୟ ସରକାର ।

ସ୍କୁଲ ଫି ପ୍ରସଙ୍ଗ: ରାଜ୍ୟ ସରକାରଙ୍କୁ ସ୍ପଷ୍ଟୀକରଣ ମାଗିଲେ ହାଇକୋର୍ଟ

ତେବେ ଓଡିଶା ଅଭିଭାବକ ମହାସଂଘ କୋରୋନା ପାଇଁ ଘରୋଇ ବିଦ୍ୟାଳୟ ଗୁଡିକ ଫି ଛାଡ଼ କରିବାକୁ ହାଇକୋର୍ଟରେ ମାମଲା ଦାଖଲ କରିଛି । ଗତ ଅକ୍ଟୋବର ୧୯ ଏ ସଂକ୍ରାନ୍ତୀୟ ଶୁଣାଣୀ କରି ଫି ହ୍ରାସ ସମ୍ପର୍କରେ ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗର ଆଭିମୁଖ୍ୟ ସ୍ପଷ୍ଟ କରିବାକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ । ସାତୋଟି ସ୍ଲାବରେ ଫି ହ୍ରାସ କରିବାକୁ ରାଜ୍ୟ ସରକାର ହାଇକୋର୍ଟରେ ପ୍ରସ୍ତାବ ରଖିଥିଲେ । ଗତ ସେପ୍ଟେମ୍ବର ୧ ତାରିଖରେ ଏହି ମାମଲାର ଶୁଣାଣି ବେଳେ ହାଇକୋର୍ଟ ଏହାର ଅପୋଷ ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗ, ସ୍କୁଲ କର୍ତ୍ତୃପକ୍ଷ, ଶିକ୍ଷକ ସଂଘ ଓ ଅବିଭାବକ ମହାସଂଘର ମିଳିତ ବୈଠକ ଆୟୋଜନ ହୋଇଥିଲା ।

ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ କିଛି ପ୍ରତିଶତ ସ୍କୁଲ ଫି କମାଇଦେବାକୁ ସ୍କୁଲ ଗୁଡିକୁ ଅନୁରୋଧ କରିଥିଲେ । ବୈଠକରେ ସକରାତ୍ମକ ଆଲୋଚନା ହେବା ସହ ବୈଠକରେ ବାହାରିଥିବା ନିର୍ଯ୍ୟାସକୁ ନେଇ ହାଇକୋର୍ଟରେ ସରକାରଙ୍କ ପକ୍ଷରୁ ଏକ ରିପୋର୍ଟ ଉପସ୍ଥାପିତ ହୋଇଥିଲା । ସ୍କୁଲ କର୍ତ୍ତୃପକ୍ଷଙ୍କ ସହ ସରକାର କରିଥିବା ଏମଓୟୁ ଅନୁଯାୟୀ, ବାର୍ଷିକ ୬ ହଜାର ଫି ଦେଉଥିବା ଛାତ୍ର ଛାତ୍ରୀଙ୍କର କୌଣସି ଛାଡ଼ ହେବନାହିଁ । ୬ ହଜାରରୁ ୧୨ ହଜାର ପର୍ଯ୍ୟନ୍ତ ୭.୫ ପ୍ରତିଶତ, ୧୨ ହଜାରରୁ ୨୪ ହଜାର ପର୍ଯ୍ୟନ୍ତ ୧୨ ପ୍ରତିଶତ, ୨୪ ହଜାରରୁ ୪୮ ହଜାର ପର୍ଯ୍ୟନ୍ତ ୧୫ ପ୍ରତିଶତ, ୪୮ ହଜାରରୁ ୭୨ ହଜାର ପର୍ଯ୍ୟନ୍ତ ୨୦ ପ୍ରତିଶତ, ୭୨ ହଜାରରୁ ୧ ଲକ୍ଷ ପର୍ଯ୍ୟନ୍ତ ୨୫ ପ୍ରତିଶତ ଓ ୧ ଲକ୍ଷରୁ ଅଧିକ ଫି ଥିଲେ ୨୬ ପ୍ରତିଶତ ଫି କମାଇଦେବାକୁ ସରକାର ଚୁକ୍ତି କରିବା ସହ ଗତ ସେପ୍ଟେମ୍ବର ୨୯ ତାରିଖରେ ଏ ନେଇ ରିପୋର୍ଟ ହାଇକୋର୍ଟରେ ଦାଖଲ କରିଥିଲେ ।

ରାଜ୍ୟ ସରକାର ରିପୋର୍ଟ ଦାଖଲ କରିବା ପରେ ହାଇକୋର୍ଟ ଟିଉସନ ଫି ର କିଛି ପ୍ରତିଶତ ଓ ଅନ୍ୟାନ୍ୟ ଆନୁଷଙ୍ଗିକ ଚାର୍ଜ କମାଇଦେବାକୁ ନିର୍ଦ୍ଦେଶ ଦେଇ ପାରନ୍ତି ବୋଲି ଆଶା କରାଯାଉଛି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

Last Updated : Nov 23, 2020, 3:30 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.