ETV Bharat / city

ଯୋଗାଣ ମନ୍ତ୍ରୀଙ୍କ ନିର୍ଦ୍ଦେଶ, ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦଙ୍କ ବିରୁଦ୍ଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ - କଳାବଜାରୀ କରୁଥିବା ବ୍ୟବସାୟୀଙ୍କ ବିରୋଦ୍ଧରେ କାର୍ଯ୍ୟାନୁଷ୍ଠାନ

ବନ୍ୟା ପରିସ୍ଥିତିରେ କିଛି ଅସାଧୁ ବ୍ୟବସାୟୀ ଅତ୍ୟାବଶ୍ୟକ ସାମଗ୍ରୀ ମହଜୁତ ରଖି କଳାବଜାରୀ କରୁଥିବା ଅଭିଯୋଗ (Allegation of black marketing) । ତେଣୁ ଅସାଧୁ ବ୍ୟବସାୟୀ ମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବା ନେଇ ସତର୍କ କରିଛନ୍ତି ରାଜ୍ୟ ସରକାର । ଅଧିକ ପଢନ୍ତୁ

Allegations of black marketing of essential foods in bhubaneswar
ଯୋଗାଣ ମନ୍ତ୍ରୀଙ୍କ ନିର୍ଦ୍ଦେଶ; ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦଙ୍କ ବିରୁଦ୍ଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ
author img

By

Published : Aug 22, 2022, 10:04 PM IST

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ବନ୍ୟା ପରିସ୍ଥିତି । ଏହି ସ୍ଥିତିରେ କିଛି ଅସାଧୁ ବ୍ୟବସାୟୀ ଅତ୍ୟାବଶ୍ୟକ ସାମଗ୍ରୀ ମହଜୁତ ରଖି କଳାବଜାରୀ କରୁଥିବା ଅଭିଯୋଗ ହୋଇଛି (Allegation of black marketing) ।ଏନେଇ ଅସାଧୁ ବ୍ୟବସାୟୀ ମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବା ନେଇ ସତର୍କ କରିଛନ୍ତି ରାଜ୍ୟ ସରକାର । ବନ୍ୟା ପ୍ରଭାବିତ ଜିଲ୍ଲାମାନଙ୍କରେ କଳାବଜାରୀଙ୍କ ଉପରେ ସତର୍କ ଦୃଷ୍ଟି ରଖିବା ସହିତ ସ୍ୱତନ୍ତ୍ର ସ୍କ୍ବାର୍ଡ ଗଠନ କରି ଯାଞ୍ଚ ଓ ଚଢାଉ କରିବାକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । ମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ବିଭାଗୀୟ ପ୍ରମୁଖ ସଚିବ ଭି. ଭି ଯାଦବ ରାଜ୍ୟର ସମସ୍ତ ଜିଲ୍ଲାପାଳ ମାନଙ୍କୁ ଚିଠି ଲେଖି ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ।

Allegations of black marketing of essential foods in bhubaneswar
ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦଙ୍କ ବିରୁଦ୍ଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ

ସାଧାରଣତଃ ବନ୍ୟା, ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ କେତେକ ଅସାଧୁ ବ୍ୟବସାୟୀ ପନିପରିବା ଠାରୁ ଆରମ୍ଭ କରି ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ କରିଥାଆନ୍ତି ।କିନ୍ତୁ ସେମାନେ ବଜାରରେ କୃତ୍ରିମ ଅଭାବ ସୃଷ୍ଟି କରି ଅଧିକ ଦରରେ ବିକ୍ରି କରିଥାନ୍ତି । ଏହି ପରିପ୍ରେକ୍ଷୀରେ ବନ୍ୟାଜନିତ ପରିସ୍ଥିତିରେ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସଂପୃକ୍ତ ଅଧିକାରୀମାନଙ୍କୁ କଡା ନିର୍ଦ୍ଦେଶ ଦିଆଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.