କଟକ: ତାଲାବନ୍ଦ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୬୨୯୬ ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ରବିବାର ସକାଳୁ ସୋମବାର ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୬ଟି ମାମଲା ରୁଜୁ କରାଯାଇଛି ।
ଏହି ୬ଟି ମାମଲା ମଧ୍ୟରୁ ୫ଟି ମାମଲା ତାଲାବନ୍ଦ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବା ବେଳେ ଗୋଟିଏ ମାମଲା ଅନ୍ୟାନ୍ୟ ପାଇଁ ରୁଜୁ କରାଯାଇଛି ବୋଲି ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
କଟକରୁ ନାରାୟଣ ସାହୁ, ଇଟିଭି ଭାରତ