ETV Bharat / city

Drink From Tap ମିଶନରେ ସାମିଲ ହେଲା କଟକ

author img

By

Published : Jan 6, 2022, 2:00 PM IST

Updated : Jan 6, 2022, 5:15 PM IST

ସହରରେ ଉଦଘାଟିତ ହେଲା ବହୁପ୍ରତିକ୍ଷିତ ଡ୍ରିଙ୍କ ଫର୍ମ ଟ୍ୟାପ ମିଶନ (drink from tap mission inaugurated in Cuttack) । ଭିସି ଯୋଗେ ମୁଖ୍ୟମନ୍ତ୍ରୀ ଏହାକୁ କଟକ ସହରବାସୀଙ୍କୁ ଆଜି ଉତ୍ସର୍ଗୀକୃତ କରିଛନ୍ତି । ଅଧିକ ପଢନ୍ତୁ

Drink From Tap ମିଶନରେ ସାମିଲ ହେଲା କଟକ ସହର

କଟକ: ସହରରେ ଉଦଘାଟିତ ହେଲା ବହୁପ୍ରତିକ୍ଷିତ ଡ୍ରିଙ୍କ ଫର୍ମ ଟ୍ୟାପ ମିଶନ (drink from tap mission inaugurated in Cuttack) । ଭିସିଯୋଗେ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ଆଜି(ଗୁରୁବାର) ବାଲିଯାତ୍ରା ପଡିଆରେ ଏକ କାର୍ଯ୍ୟକ୍ରମର ଆୟୋଜନା କରାଯାଇଥିଲା ।

Drink From Tap ମିଶନରେ ସାମିଲ ହେଲା କଟକ

ଏହି ମେଗା ପ୍ଲାଣ୍ଟର ଶୁଭାରମ୍ଭ ଦ୍ୱାରା କଟକର ପ୍ରତି ଘରେ 24 ଘଣ୍ଟିଆ ବିଶୁଦ୍ଧ ଜଳ ଯୋଗାଣ ପହଞ୍ଚିବ । ଗୃହ ଓ ନଗର ଉନ୍ନୟନ ବିଭାଗ ଦ୍ଵାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଭାଗୀୟ ମନ୍ତ୍ରୀ ସଚିବଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିଥିଲେ । ଡିସେମ୍ବର 2023 ସୁଦ୍ଧା ଏହି ପ୍ଲାଣ୍ଟ ସହରବାସୀ ଓ ଉପକଣ୍ଠରେ ରହୁଥିବା ଲୋକଙ୍କୁ ଘରକୁ ଘର ବିଶୁଦ୍ଧ ପାଣି ଯୋଗାଇବ । ପ୍ରଥମ ପର୍ଯ୍ୟାୟରେ ପାଇଲଟ ପ୍ରୋଜେକ୍ଟରେ 2ଟି ଅଞ୍ଚଳ ସିଡିଏ ଜଗତପୁରକୁ ବିଶୁଦ୍ଧ ପାନୀୟଜଳ ଯୋଗାଣ କରାଯିବ ।

ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତି କରି କହିଛନ୍ତି ଯେ, କଟକ ସହିତ ରାଜ୍ୟର ୬୦ଟି ସହରର ସବୁ ପରିବାରକୁ ୨୪ ଘଣ୍ଟିଆ ପାଇପ ପାଣିର ସୁବିଧା ଦିଆଯାଇଛି । ଖୁବଶୀଘ୍ର ରାଜ୍ୟର ସମସ୍ତ ୧୧୪ଟି ସହରରେ ସବୁ ପରିବାରକୁ ୨୪ ଘଣ୍ଟିଆ ପାଇପ ପାଣିର ସୁବିଧା ଯୋଗାଇ ଦିଆଯିବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କଟକର ଦୁଇଟି ଜୋନ୍‌ରେ Drink from Tap କାର୍ଯ୍ୟକ୍ରମର ଉଦ୍‌ଘାଟନ କରିବା ସହିତ ସାରା ସହର ପାଇଁ Drink from Tap କାର୍ଯ୍ୟକ୍ରମର ଭିତ୍ତିସ୍ଥାପନ କରିଛନ୍ତି । ଏଥିପାଇଁ ୩୬୦ କୋଟି ବ୍ୟୟ ବରାଦ କରାଯାଇଛି । ଡିସେମ୍ବର ୨୦୨୩ ସୁଦ୍ଧା ପୁରା ସହରକୁ Drink from Tap କାର୍ଯ୍ୟକ୍ରମ ଜରିଆରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବ ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟ ସରକାରଙ୍କ ୫-ଟି ଆଭିମୁଖ୍ୟରେ ଆରମ୍ଭ ହୋଇଥିବା ଆମର ଏହି କାର୍ଯ୍ୟକ୍ରମ କେବଳ ସାରା ଦେଶ ନୁହେଁ, ସାରା ପୃଥିବୀର ବିକାଶଶୀଳ ରାଷ୍ଟ୍ରମାନଙ୍କ ପାଇଁ ଏକ ରୋଲ ମଡେଲ ହୋଇପାରିଛି । ଏହି କାର୍ଯ୍ୟକ୍ରମ ପାନୀୟ ଜଳ ଯୋଗାଣ ପାଇଁ ହୋଇଥିବା ଜାତୀୟ ନୀତିରେ ମଧ୍ୟ ଅନୁସୃତ ହୋଇଛି । ଏବଂ ଅମୃତ ୨.୦ ରେ ଏହା ସାମିଲ ମଧ୍ୟ ହୋଇଛି ବୋଲି ସେ କହିଛନ୍ତି ।

ଏହାସହିତ ମୁଖ୍ୟମନ୍ତ୍ରୀ ୪୩୦ କୋଟି ଟଙ୍କାରେ ନିର୍ମିତ ୩ଟି Water Treatment Plantର ଉଦ୍‌ଘାଟନ କରିଛନ୍ତି । ଭଲ ପିଇବା ପାଣି ଆମ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ । ବିଶୁଦ୍ଧ ଓ ନିରାପଦ ପାନୀୟ ଜଳ ଯୋଗାଇ ଦେବାରେ ଆମର ଉଦ୍ୟମ ଜନସାଧାରଣଙ୍କ ଉତ୍ତମ ସ୍ବାସ୍ଥ୍ୟ ପାଇଁ ମଧ୍ୟ ବହୁତ ଗୁରୁତ୍ବପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି ଅବସରରେ କୋରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ସମ୍ପର୍କରେ ଜନସାଧାରଣଙ୍କୁ ସତର୍କ କରି ମୁଖ୍ୟମନ୍ତ୍ରୀ ସେମାନଙ୍କୁ କୋଭିଡ ନିୟମ ମାନିବା ପାଇଁ ଅନୁରୋଧ କରିଛନ୍ତି ।

କାର୍ଯ୍ୟକ୍ରମରେ ଯୋଗ ଦେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ କଟକ ସହରର ବିକାଶ ପାଇଁ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି । ସବୁ କାର୍ଯ୍ୟକ୍ରମ ପାଇଁ ତୁରନ୍ତ ବ୍ୟବସ୍ଥା କରିଆସିଛନ୍ତି । ୨୦୨୨ ରେ କଟକରେ ୪ଟି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ଲୋକାର୍ପିତ ହେବ । କଟକ ସହରର ବିକାଶ କ୍ଷେତ୍ରରେ ଏକ ନୂଆ ଯୁଗ ଆରମ୍ଭ ହେବ ବୋଲି ସେ କହିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା ୫-ଟି ସଚିବ ଭି.କେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଛନ୍ତି । ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି. ମାଥିଭାତନନ୍ ସ୍ବାଗତ ଭାଷଣ ଦେଇ ଥିବାବେଳେ କଟକ ମ୍ୟୁନିସପାଲ କମିଶନର ଅନନ୍ୟା ଦାସ ଧନ୍ୟବାଦ ଅର୍ପଣ କରିଛନ୍ତି । କାର୍ଯ୍ୟକ୍ରମରେ ରାଜ୍ୟସଭା ସାଂସଦ ସୁବାସ ସିଂ, ବିଧାୟକ ଚନ୍ଦ୍ରସାରଥୀ ବେହେରା, ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଛନ୍ତି ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

Last Updated : Jan 6, 2022, 5:15 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.