ETV Bharat / city

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କଲେ 5-T ସଚିବ

author img

By

Published : Jun 4, 2022, 10:30 PM IST

Updated : Jun 4, 2022, 10:58 PM IST

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କଲେ 5-ଟି ସଚିବ ଭି.କେ ପାଣ୍ଡିଆନ । ପତ୍ନୀଙ୍କ ସହ କଲେ ମହାପ୍ରଭୁଙ୍କ ଦର୍ଶନ । ଅଧିକ ପଢନ୍ତୁ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କଲେ 5-T ସଚିବ
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କଲେ 5-T ସଚିବ

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କଲେ 5-ଟି ସଚିବ ଭି.କେ ପାଣ୍ଡିଆନ । ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ପରେ ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କରିଛନ୍ତି ।‌ ପାଣ୍ଡିଆନ ଏବଂ ତାଙ୍କ ପତ୍ନୀ ଶ୍ରୀମନ୍ଦିର ଯାଇ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କରିଛନ୍ତି ।

ଏଥିସହ ଶ୍ରୀମନ୍ଦିର ଭିତରେ ମା' ବିମଳା ଓ ମହାଲକ୍ଷ୍ମୀଙ୍କ ଦର୍ଶନ ସହ ପାର୍ଶ୍ଵ ଦେବାଦେବୀଙ୍କ ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି । ଏହାପରେ ଶ୍ରୀମନ୍ଦିର ଚତୁଃପାର୍ଶ୍ଵ ବୁଲି ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ତଦାରଖ କରିଛନ୍ତି । ଜିଲ୍ଲାପାଳ ସମର୍ଥ ବର୍ମା, ଓବିସିସି ଅଧିକାରୀ ଓ ଅନ୍ୟାନ୍ୟ ଅଧିକାରୀ ମାନେ ଉପସ୍ଥିତ ଥିବାବେଳେ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ସମ୍ପର୍କରେ ସେ ଆଲୋଚନା କରିଥିଲେ ।

କିଭଳି ସବୁ କାର୍ଯ୍ୟ ଧାର୍ଯ୍ୟ ସମୟ ମୁତାବକ ସରିବ ସେନେଇ ଗୁରୁତ୍ୱ ଦେଇଛନ୍ତି 5-ଟି ସଚିବ । ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ପ୍ରସଙ୍ଗ ନେଇ ସୁପ୍ରିମକୋର୍ଟର ଗତକାଲି(ଶୁକ୍ରବାର) ଗ୍ରୀନ୍ ସିଗନାଲ୍ ପରେ 5-ଟି ସଚିବ ଭି.କେ ପାଣ୍ଡିଆନ୍ ଓ ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ ।‌

ଇଟିଭି ଭାରତ, ପୁରୀ

Last Updated : Jun 4, 2022, 10:58 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.