ETV Bharat / city

ଆଜି ବନକ ଲାଗି ନୀତି, ଝଟକିବ ମହାପ୍ରଭୁଙ୍କ ମୁଖମଣ୍ଡଳ - Banakalagi niti

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି । ଦ୍ବିପ୍ରହର ଧୂପ ସରିବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯିବ ।

ଆଜି ବନକ ଲାଗି ନୀତି, ଝଟକିବ ମହାପ୍ରଭୁଙ୍କ ମୁଖମଣ୍ଡଳ
http://10.ଆଜି ବନକ ଲାଗି ନୀତି, ଝଟକିବ ମହାପ୍ରଭୁଙ୍କ ମୁଖମଣ୍ଡଳ10.50.80:6060//finalout3/odisha-nle/thumbnail/06-January-2021/10135505_290_10135505_1609910544883.png
author img

By

Published : Jan 6, 2021, 11:02 AM IST

ପୁରୀ: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି । ବନକ ଲାଗି ନୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନଙ୍କ ଦ୍ବାରା ଏହା କରାଯାଇଥାଏ। ଦ୍ବିପ୍ରହର ଧୂପ ସରିବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଏ ।

ଆଜି ବନକ ଲାଗି ନୀତି, ଝଟକିବ ମହାପ୍ରଭୁଙ୍କ ମୁଖମଣ୍ଡଳ
ଆଜି ବନକ ଲାଗି ନୀତି, ଝଟକିବ ମହାପ୍ରଭୁଙ୍କ ମୁଖମଣ୍ଡଳ

ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ମୁଖସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ (ପ୍ରାୟ ତିନି ଘଣ୍ଟା ସମୟ) ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ ।

ଏହି ରଙ୍ଗବିନ୍ୟାସ ବା ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ଏମାନଙ୍କ କାମ ହେଲା ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହୋଇ ଥାଏ।

ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ । କସ୍ତୁରୀ ବ୍ୟବହାର ଯୋଗୁଁ ରଙ୍ଗ ଦୀର୍ଘସ୍ଥାୟୀ ହୁଏ ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର,ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.