ETV Bharat / city

ଆଜି ମହାପ୍ରଭୁଙ୍କ ବନକଲାଗି, ଅପରାହ୍ନ 4ଟାରୁ 4 ଘଣ୍ଟା ଦର୍ଶନ ମନା - ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ

ଆଜି ଜ୍ୟେଷ୍ଠ ଶୁକ୍ଳ ଅଷ୍ଟମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ପ୍ରଭୁଙ୍କ ଏହି ନୀତି ପାଇଁ ଅପରାହ୍ନ 4ଟା ରୁ ସନ୍ଧ୍ୟା 8 ପର୍ଯ୍ୟନ୍ତ 4 ଘଣ୍ଟା ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ । ଅଧିକ ପଢନ୍ତୁ

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି
ଆଜି ମହାପ୍ରଭୁଙ୍କ ବନକଲାଗି ନୀତି
author img

By

Published : Jun 8, 2022, 10:30 AM IST

ପୁରୀ: ଆଜି ଜ୍ୟେଷ୍ଠ ଶୁକ୍ଳ ଅଷ୍ଟମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ପ୍ରଭୁଙ୍କ ଏହି ନୀତି ପାଇଁ ଅପରାହ୍ନ 4ଟା ରୁ ସନ୍ଧ୍ୟା 8 ପର୍ଯ୍ୟନ୍ତ 4 ଘଣ୍ଟା ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ । ଏହା ଏକ ଗୁପ୍ତ ନୀତି । ଦ୍ବିପ୍ରହର ଧୂପ ସରିବା ପରେ ଶ୍ରୀମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ସମ୍ପାଦନ କରାଯିବ ।

ଦତ୍ତ ମହାପାତ୍ର ସେବକ ରତ୍ନ ସିଂହାସନରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିଥାନ୍ତି । ପାରମ୍ପରିକ ରଙ୍ଗ ଯଥା ହିଙ୍ଗୁଳ, ହରିତାଳ, ପ୍ରିୟଙ୍ଗୁ, କର୍ପୁର, କସ୍ତୁରୀ, କଳା, ଧଳା, ନାଲି ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କୁ ଶୃଙ୍ଗାର କରିବେ । ଏହି ଶୃଙ୍ଗାରକୁ ବନକଲାଗି କୁହାଯାଏ । ଏହି ନୀତିରେ ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡୁ, ପାଳିଆ ପୁଷ୍ପମାଳ, ଚାଙ୍ଗଡା ମେକାପ, ମୁଦୁଲି ଆଦି ସେବକଙ୍କ ଯୋଗଦାନ ରହିଥାଏ । ବନକଲାଗି ସରିଲେ ପୁଣି ଦର୍ଶନ ସ୍ବାଭାବିକ ହେବ ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.