ETV Bharat / city

ଆଜି ଶ୍ରୀବିଗ୍ରହଙ୍କ ବନକଲାଗି, 4 ଘଣ୍ଟା ଦର୍ଶନ ବନ୍ଦ

author img

By

Published : Sep 14, 2022, 9:39 AM IST

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଅପରାହ୍ନ ୫ଟାରୁ ରାତ୍ର 9ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ । ଅଧିକ ପଢନ୍ତୁ

ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି

ପୁରୀ: ଆଜି (ବୁଧବାର) ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ଣ କରିବେ ।‌ ଏହା ଏକ ସ୍ବତନ୍ତ୍ର ନୀତିକାନ୍ତି ହୋଇଥିବାରୁ 4 ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ଅପରାହ୍ନ ୫ଟାରୁ ରାତ୍ର 9ଟା ଯାଏଁ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିିଳିଛି ।

ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୁର, କଇଥ ଅଠା, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ବନକଲାଗି ନୀତିରେ ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡୁ, ପାଳିଆ ପୁଷ୍ପମାଳ, ଚାଙ୍ଗଡା ମେକାପ, ମୁଦୁଲି ଆଦି ସେବକଙ୍କ ଯୋଗଦାନ ରହିଥାଏ । ମଧ୍ୟାହ୍ନ ଧୂପ ପରେ ଦତ୍ତମହାପାତ୍ର ସେବକମାନେ ଗର୍ଭଗୃହକୁ ପ୍ରବେଶ କରି ରତ୍ନବେଦୀରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଏହା ଏକ ଗୁପ୍ତ ସେବା ଓ ସ୍ବତନ୍ତ୍ର ନୀତି ହୋଇଥିବାରୁ ନୀତି ସମୟରେ ଜୟବିଜୟ ଦ୍ବାର ବନ୍ଦ କରାଯାଇଥାଏ । ଏଣୁ ଭକ୍ତମାନେ ମହାପ୍ରଭୁଙ୍କ ଏହି ବେଶ ଦର୍ଶନ କରିପାରନ୍ତି ନାହିଁ । ଶ୍ରୀମନ୍ଦିରରେ ଦ୍ବିତୀୟ ଭୋଗମଣ୍ଡପ ଉଠିଲା ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ଏହି ସ୍ବତନ୍ତ୍ର ବନକଲାଗି ନୀତି ସମ୍ପନ୍ନ କରିବେ ।

ଏହା ବି ପଢନ୍ତୁ...କଥା ରଖିଲେ ରାଜ୍ୟପାଳ ଗଣେଶୀ ଲାଲ୍, ଅତିଥି ରୂପେ କର୍ମଚାରୀଙ୍କ ପରିବାରରେ ସାମିଲ

ଏହା ଏକ ଗୁପ୍ତ ସେବା ଓ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ପ୍ରାୟ ଚାରି ଘଣ୍ଟା ଧରି ଏହି ନୀତି ଚାଲିବା । ତେଣୁ ଆଜି ଅପରାହ୍ନ ୫ ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।‌ ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.