ETV Bharat / city

ମହାପ୍ରଭୁଙ୍କ ଭିତର ଚନ୍ଦନ ଯାତ୍ରା ଆରମ୍ଭ - jagannath temple

ଶନିବାର ଠାରୁ ମହାପ୍ରଭୁଙ୍କ ୨୧ ଦିନ ବ୍ୟାପୀ ଭିତର ଚନ୍ଦନ ଯାତ୍ରା ଆରମ୍ଭ ହୋଇଛି । ଏହା ଦେବସ୍ନାନ ପୂର୍ଣ୍ଣିମା ପୂର୍ବଦିନ ଯାଏଁ ଚାଲିବ । ଅଧିକ ପଢନ୍ତୁ...

ଆରମ୍ଭ ହେଲା ମହାପ୍ରଭୁଙ୍କ ଭିତର ଚନ୍ଦନଯାତ୍ରା
ଆରମ୍ଭ ହେଲା ମହାପ୍ରଭୁଙ୍କ ଭିତର ଚନ୍ଦନଯାତ୍ରା
author img

By

Published : Jun 5, 2021, 9:29 PM IST

ପୁରୀ: ଶ୍ରୀମନ୍ଦିରରେ ଆଜି (ଶନିବାର) ଠାରୁ ମହାପ୍ରଭୁଙ୍କ ୨୧ ଦିନ ବ୍ୟାପୀ ଭିତର ଚନ୍ଦନ ଯାତ୍ରା ଆରମ୍ଭ ହୋଇଛି । ଏହା ଦେବସ୍ନାନ ପୂର୍ଣ୍ଣିମା ପୂର୍ବଦିନ ଯାଏଁ ଚାଲିବ । ଆସନ୍ତାକାଲି(ରବିବାର) ଜ୍ୟେଷ୍ଠ କୃଷ୍ଣ ଏକାଦଶୀରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଜଳକ୍ରୀଡ଼ା କରିବେ।

ଆରମ୍ଭ ହେଲା ମହାପ୍ରଭୁଙ୍କ ଭିତର ଚନ୍ଦନଯାତ୍ରା
ବୈଶାଖ ଶୁକ୍ଳ ତୃତୀୟ ବା ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ଅର୍ଥାତ ସ୍ନାନପୂର୍ଣ୍ଣିମାର ପୂର୍ବଦିନ ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଚନ୍ଦନ ଯାତ୍ରା ଅନୁଷ୍ଠିତ ହୋଇଥାଏ। ୨୧ ଦିନ ବ୍ୟାପି ବାହାର ଚନ୍ଦନ ଯାତ୍ରା ସରିବା ପରେ ପରବର୍ତ୍ତୀ ୨୧ ଦିନ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ । ଆଜି ଶ୍ରୀଜୀଉମାନଙ୍କର ଭିତର ଚନ୍ଦନ ଆରମ୍ଭ ହୋଇଛି । ଏହି ୨୧ ଦିନ ମହାପ୍ରଭୁଙ୍କର ଚନ୍ଦନ ଓ ଆଲଟ ଲାଗି କରାଯିବ ।

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଯାତଭୋଗ ସରିବା ପରେ ଭିତର ଚନ୍ଦନ ଯାତ୍ରା ନୀତି କରାଯାଇଛି । ଜ୍ୟେଷ୍ଠ କୃଷ୍ଣ ଏକାଦଶୀ, ସାବିତ୍ରୀ ଅମାବାସ୍ୟା, ଶୀତଳ ଶଷ୍ଠୀ ଓ ରୁକ୍ମିଣୀହରଣ ଏକାଦଶୀରେ ଶ୍ରୀମନ୍ଦିର ଭିତରେ ଥିବା ଜଳକ୍ରୀଡ଼ା ମଣ୍ତପରେ ଠାକୁରଙ୍କ ଜଳକ୍ରୀଡ଼ା ନୀତି ଅନୁଷ୍ଠିତ ହେବ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.