ETV Bharat / city

ଶ୍ରୀପଞ୍ଚମୀ ତିଥିରେ ହେଲା ରଥ କାଠ ପୂଜନ

author img

By

Published : Feb 16, 2021, 9:27 PM IST

ପବିତ୍ର ଶ୍ରୀପଞ୍ଚମୀ ତିଥି ଅବସରରେ ଆଗାମୀ ବିଶ୍ବ ପ୍ରସିଦ୍ଧ ଘୋଷ ଯାତ୍ରା ପାଇଁ ରଥ କାଠକୁ ପୂଜାର୍ଚ୍ଚନା କରାଯାଇଛି । ଅଧିକ ପଢନ୍ତୁ...

basanta panchami
ଶ୍ରୀପଞ୍ଚମୀ ତିଥିରେ ହେଲା ରଥ କାଠ ପୂଜନ

ପୁରୀ: ଶ୍ରୀପଞ୍ଚମୀ ତିଥିରେ ହେଲା ରଥ କାଠପୂଜନ । ଆଜି ପବିତ୍ର ଶ୍ରୀପଞ୍ଚମୀ ତିଥି ଅବସରରେ ଆଗାମୀ ବିଶ୍ବ ପ୍ରସିଦ୍ଧ ଘୋଷ ଯାତ୍ରା ପାଇଁ ରଥ କାଠକୁ ପୂଜାର୍ଚ୍ଚନା କରାଯାଇଛି ।

ଶ୍ରୀପଞ୍ଚମୀ ତିଥିରେ ହେଲା ରଥ କାଠ ପୂଜନ

ପବିତ୍ର ବସନ୍ତ ପଞ୍ଚମୀରେ ନୟାଗଡ ବନଖଣ୍ଡରୁ ଆସିଥିବା କାଠ ମଧ୍ୟରୁ ତିନିଖଣ୍ଡ 12 ଫୁଟିଆ ଧଉରା କାଠକୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମୁଖରେ ରଖାଯାଇ ପରମ୍ପରା ଅନୁଯାୟୀ ଆଜି ସନ୍ଧ୍ୟାରେ ପୂଜାପାଠ କରାଯାଇ ଥିଲା । ପରମ୍ପରା ଅନୁସାରେ ରାଜପୁରୋହିତ ଓ ଶ୍ରୋତୀୟ ବ୍ରାହ୍ମଣଙ୍କ ଦ୍ବାରା ସ୍ବତନ୍ତ୍ର ପୂଜା କରାଯିବା ପରେ ରଥଖଳାରେ ତିନିଖଣ୍ଡ ଧଉରା କାଠକୁ ରାଜଗୁରୁ ଓ ବ୍ରାହ୍ମଣମାନେ ବନ୍ଦାପନା ସହିତ ପୂଜା କରିଥିଲେ । ଚଳିତବର୍ଷ ରଥଯାତ୍ରା କିଭଳି ଶାନ୍ତି ଶୃଙ୍ଖଳାର ସହିତ ସମାପନ ହେବ ସେନେଇ ଶ୍ରୀଜୀଉଙ୍କ ନିକଟରେ ପ୍ରାର୍ଥନା କରାଇଥିଲେ । ତେବେ ଆସନ୍ତା ରାମନବମୀ ତିଥିରେ ଅନୁକୂଳ କରାଯାଇ କାଠ ଚିରଟ ପ୍ରକ୍ରିୟା ଆରମ୍ଭ କରାଯିବ ।

ରଥ ନିର୍ମାଣ ପାଇଁ ମୋଟ 865 ଖଣ୍ଡ କାଠର ଆବଶ୍ୟକତା ଥିବା ବେଳେ ପୂର୍ବ ବର୍ଷରୁ ଶ୍ରୀମନ୍ଦିର ପ୍ରଶାସନ ପାଖରେ 69 ଖଣ୍ଡ କାଠ ମହଜୁଦ ଅଛି ଓ ଅବଶିଷ୍ଟ 796 ଖଣ୍ଡ କାଠ ନୟାଗଡ ଓ ବୌଦ୍ଧ ବନଖଣ୍ଡରୁ ଅଣାଯିବ । ଗତ 3 ଦିନ ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ 49 ଖଣ୍ତ ଅସନ ଓ ଧଉରା କାଠ ପୁରୀରେ ପହଞ୍ଚିଥିଲା ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.