ETV Bharat / city

ମହାପ୍ରଭୁଙ୍କ ଆଶୀର୍ବାଦ ଓ ସମସ୍ତଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ - cm review meeting on rath yatra

ରଥଯାତ୍ରା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ । ବୈଠକରେ ଉପସ୍ଥିତ ଅଛନ୍ତି ପୁରୀ ଜିଲ୍ଲାପାଳଙ୍କ ସମେତ ବିଭିନ୍ନ ମନ୍ତ୍ରୀ । ରଥଯାତ୍ରା କିଭଳି ଶାନ୍ତି ଶୃଙ୍ଖଳାରେ ହେବ ସେ ନେଇ ଆଲୋଚନା ହୋଇଛି । ଅଧିକ ପଢନ୍ତୁ...

ରଥଯାତ୍ରା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

author img

By

Published : Jul 8, 2021, 5:57 PM IST

Updated : Jul 8, 2021, 9:17 PM IST

ପୁରୀ: ଚଳିତ ବର୍ଷ ଜଗନ୍ନାଥ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରାର ସୁପରିଚଳନା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି (ଗୁରୁବାର) ଅନୁଷ୍ଠିତ ରଥଯାତ୍ରା ପ୍ରସ୍ତୁତି ବୈଠକରୁ ଏହା ଜଣାଯାଇଛି । ଗତବର୍ଷ ପରି ଚଳିତବର୍ଷ ମଧ୍ୟ ସମସ୍ତଙ୍କ ସହଯୋଗରେ ରଥଯାତ୍ରା ସୁରୁଖୁରୁରେ ଶେଷ କରିବା ଲାଗି ସହଯୋଗ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ରଥଯାତ୍ରା ସୂଚାର ରୂପେ ପାଳିତ ହେବ ଏବଂ ଭକ୍ତମାନେ ଘରେ ରହି ମହାପ୍ରଭୁଙ୍କ ଘୋଷଯାତ୍ରା ଦେଖିବେ ସେଥିପାଇଁ ମୁଖ୍ୟମନ୍ତ୍ରୀ ପୁରୀ ସହରବାସୀ ଓ ସେବାୟତମାନଙ୍କର ସହଯୋଗ କାମନା କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ରଥଯାତ୍ରା ସମୀକ୍ଷା ବୈଠକ କରିଛନ୍ତି । ପୁରୀ ଜିଲ୍ଲାପାଳଙ୍କ ଅଫିସରରେ ଥିବା ଭିଡିଓ କନଫରେନ୍ସିଂ ଅଫିସରେ ଏହି ବୈଠକ ହୋଇଛି ।

ମହାପ୍ରଭୁଙ୍କ ଆଶୀର୍ବାଦ ଓ ସମସ୍ତଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ

ଗତବର୍ଷ ପରି ଏ ବର୍ଷ ମଧ୍ୟ ମହାପ୍ରଭୁଙ୍କ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ଏକ ଅସାଧାରଣ ପରିସ୍ଥିତିରେ ହେବାକୁ ଯାଉଛି । ସାରା ବିଶ୍ଵ ଟେଲିଭିଜନ ଓ ସୋସିଆଲ ମିଡିଆ ମାଧ୍ୟମରେ ହିଁ କାଳିଆ ଠାକୁରଙ୍କୁ ଦର୍ଶନ କରିବେ । ତେଣୁ ମହାପ୍ରଭୁଙ୍କ ନୀତି ଠିକ ସମୟରେ ଶେଷ ହେବା ଦରକାର । ତା' ସହିତ କୋଭିଡ ନିୟମକୁ ମଧ୍ୟ ଯାତ୍ରା ସମୟରେ ଠିକ ଭାବରେ ପାଳନ କରାଯିବା ଜରୁରୀ ବୋଲି ବୈଠକରେ ମୁଖ୍ୟମନ୍ତ୍ରୀ କହିଛନ୍ତି । କୋଭିଡ଼ର ଦ୍ଵିତୀୟ ଲହର ପ୍ରଭାବ ହ୍ରାସ ପାଉଥିଲେ ମଧ୍ୟ ବିପଦ ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ଚଳିତ ବର୍ଷ ରଥଯାତ୍ରା ଯେପରି ସୁରୁଖୁରୁରେ ଶେଷ ହେବ ସେଥିପାଇଁ ମୁଖ୍ୟମନ୍ତ୍ରୀ ମହାପ୍ରଭୁଙ୍କ ଆଶୀର୍ବାଦ କାମନା କରିଛନ୍ତି ।

ରଥଯାତ୍ରା ସମୟରେ ସ୍ୱାସ୍ଥ୍ୟ ସେବା ଉପରେ ଗୁରୁତ୍ଵ ଦିଆଯାଇ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି ବୋଲି ବୈଠକରେ ଯୋଗ ଦେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ଯାଣ ମନ୍ତ୍ରୀ ନବକିଶୋର ଦାସ କହିଛନ୍ତି । ସେବାୟତ ଓ ସମସ୍ତ ସମ୍ପୃକ୍ତ ଅଧିକାରୀମାନଙ୍କ ପାଇଁ କୋଭିଡ଼ ଟେଷ୍ଟ, ଟୀକାକରଣ ବ୍ୟବସ୍ଥା ସହିତ ଫାଷ୍ଟ ଏଡ କେନ୍ଦ୍ର, ଆମ୍ବୁଲାନ୍ସ, Medical Aid Post ଏବଂ ପୁରୀ ମୁଖ୍ୟ ଚିକିତ୍ସାଳୟରେ ସମସ୍ତ ଜରୁରୀକାଳୀନ ଆବଶ୍ୟକତା ପାଇଁ ବ୍ୟବସ୍ଥା କରାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି ।ଗତବର୍ଷ ପରି ଚଳିତ ବର୍ଷ ମଧ୍ୟ ରଥଯାତ୍ରା ସୁରୁଖୁରୁରେ ଶେଷ ହେବ ବୋଲି ଆଇନ ମନ୍ତ୍ରୀ ପ୍ରତାପ ଜେନା ଆଶା ପ୍ରକାଶ କରିଛନ୍ତି । ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ସୁରକ୍ଷା ବନ୍ଦୋବସ୍ତ କରାଯାଇଛି ବୋଲି ପୋଲିସ ମହାନିର୍ଦ୍ଦେଶକ ଅଭୟ ଜଣାଇଛନ୍ତି । ସ୍ୱାଗତ ଭାଷଣ ସହ ରଥଯାତ୍ରା ପାଇଁ କରାଯାଇଥିବା ସମସ୍ତ ବ୍ୟବସ୍ଥା ସମ୍ପର୍କରେ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର । ପୁରୀ ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ (5T) ଭି.କେ. ପାଣ୍ଡିଆନ ଆଲୋଚନା ପରିଚାଳନା କରିଛନ୍ତି । କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବମାନେ ଉପସ୍ଥିତ ଥିଲେ ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର ଓ ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

Last Updated : Jul 8, 2021, 9:17 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.