ପୁରୀ : ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ (State Planning Board Deputy Chairman) ସଞ୍ଜୟ ଦାସବର୍ମାଙ୍କ ବ୍ୟକ୍ତିଗତ ସହାୟକ ଚିତ୍ତରଞ୍ଜନ ପଲେଇଙ୍କ ହତ୍ୟା ଘଟଣା । ଏହି ହତ୍ୟାକାଣ୍ଡ ଘଟଣାରେ ଦୁଇ ଅଭିଯୁକ୍ତ ଜଗନ୍ନାଥ ଷଡ଼ଙ୍ଗୀ ଓରଫ୍ ଜଗା ଓ ଅଶୋକ ଉପାଧୟଙ୍କୁ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଛି । ସେଠାରେ ଉଭୟଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଛି । ଦୁଇ ଜଣଙ୍କ ସ୍ବାସ୍ଥ୍ୟବସ୍ଥା ଯାଞ୍ଚ କରିବା ସହ କୋଭିଡ ଟେଷ୍ଟ କରାଯାଇଛି ।
ଦୁଇଦିନିଆ ରିମାଣ୍ଡ ଅବଧି ଶେଷ ହୋଇଛି । ଦୁଇ ଅଭିଯୁକ୍ତଙ୍କୁ ପୁରୀ ଗ୍ରାମ୍ୟ କୋର୍ଟରେ ହାଜର କରାଯାଇଛି । ଅଶୋକ ଉପାଧୟଙ୍କୁ 5 ଦିନିଆ ରିମାଣ୍ଡରେ ନେବାକୁ କୋର୍ଟଙ୍କୁ ନିବେଦନ କରିଛି କ୍ରାଇମବ୍ରାଞ୍ଚ। ତେବେ ଏହି ଆବେଦନ ଶୁଣାଣି ଆଜି(ସୋମବାର) ଧାର୍ଯ୍ୟ ହୋଇ ଥିବା ବେଳେ କୋର୍ଟ ଏହି ରିମାଣ୍ଡ ଶୁଣାଣି ମଙ୍ଗଳବାରକୁ ଧାର୍ଯ୍ୟ କରିଛନ୍ତି। ଅଶୋକକୁ କ୍ରାଇମବ୍ରାଞ୍ଚ ରିମାଣ୍ଡରେ ନେଇ ଅଧିକ ଖୋଳତାଡ଼ କରି ହତ୍ୟା ଘଟଣାରେ ଆଉ କାହାର ସମ୍ପୃକ୍ତ ରହିଛି । ସେ ନେଇ କ୍ରାଇମବ୍ରାଞ୍ଚ ତଦନ୍ତ କରିବ ।
ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ