ETV Bharat / city

ବର୍ଦ୍ଧିତ ବିଦ୍ୟୁତ ଦର ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

author img

By

Published : Apr 5, 2021, 4:41 PM IST

ବର୍ଦ୍ଧିତ ବିଦ୍ୟୁତ ଦର ପ୍ରତିବାଦରେ ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି ନିଷ୍ପତ୍ତି କ୍ରମେ ପୁରୀ ଜିଲ୍ଲା କଂଗ୍ରେସ ପକ୍ଷରୁ ପ୍ରତିବାଦ । ଅଧିକ ପଢନ୍ତୁ....

ବର୍ଦ୍ଧିତ ବିଦ୍ୟୁତ ଦର ପ୍ରତିବାଦରେ କଂଗ୍ରେସ ବିକ୍ଷୋଭ

ପୁରୀ: ବର୍ଦ୍ଧିତ ବିଦ୍ୟୁତ ଦର ପ୍ରତିବାଦରେ ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି ନିଷ୍ପତ୍ତି କ୍ରମେ ପୁରୀ ଜିଲ୍ଲା କଂଗ୍ରେସ ପକ୍ଷରୁ ପ୍ରତିବାଦ ପ୍ରଦର୍ଶନ କରାଯାଇଛି । ରେଡ଼କ୍ରସ ରୋଡସ୍ଥିତ ଟାଟା ପାୱାର କର୍ପୋରେସନ ଲିମିଟେଡ଼ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କରିଛନ୍ତି ଦଳର ନେତା ଓ କର୍ମୀ ।

ବାତ୍ୟା ‘ଫନି’ ଓ କରୋନା ମହାମାରୀରେ ପୁରୀରେ ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗିଯାଇଛି । ଏଭଳି ସ୍ଥିତିରେ ୟୁନିଟ ପିଛା ବିଦ୍ୟୁତ ଦର ବୃଦ୍ଧି ଲୋକଙ୍କ ଉପରେ ବେଡି ଉପରେ କୋରଡା ମାଡ଼ ସଦୃଶ ହୋଇଛି ବୋଲି ଅଭିଯୋଗ କରିଛି ଦଳ । ତୁରନ୍ତ ବର୍ଦ୍ଧିତ ବିଦ୍ୟୁତ ଦର ପ୍ରତ୍ୟାହାର ନହେଲେ କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନକୁ ବ୍ୟାପକ କରିବ ବୋଲି ଚେତାବନୀ ମଧ୍ୟ ଦେଇଛି ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.