ପୁରୀ: ଆଜିଠାରୁ ଆରମ୍ଭ ହୋଇଛି ପିତୃପକ୍ଷ । କୋଭିଡ କଟକଣା ଯୋଗୁ କୌଣସି ଭକ୍ତଙ୍କୁ ଶ୍ରୀମନ୍ଦିରକୁ ପ୍ରବେଶ ଅନୁମତି ନ ଥିବାରୁ ଚଳିତ ବର୍ଷ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ଗହଳି ଦେଖିବାକୁ ମିଳିଛି । ଆଜି ସକାଳୁ ପୁରୀର ବିଭିନ୍ନ ତୀର୍ଥ ପୁଷ୍କରଣୀ ସମେତ ମହୋଦଧିରେ ଲୋକେ ନିଜ ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ତର୍ପଣ ଓ ପିଣ୍ଡଦାନ କରିଛନ୍ତି ।
ଶ୍ରଦ୍ଧାଳୁମାନେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ କରିବା ସହ ତର୍ପଣ ଅର୍ପଣ କରୁଥିବା ଦେଖିବାକୁ ମିଳିଛି । ଦୀର୍ଘ ୧୫ ଦିନ ଧରି ପିତୃପୁରୁଷଙ୍କ ଉଦ୍ଦେଶ୍ଯରେ ତର୍ପଣ କରାଯିବାର ବିଧି ରହିଥିବାବେଳେ ଆସନ୍ତା ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ପିତୃପକ୍ଷ ଚାଲୁ ରହିବ ।
ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ