ETV Bharat / city

ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି, 4 ଘଣ୍ଟା ସାଧାରଣ ଦର୍ଶନ ବନ୍ଦ - ବୁଧବାର ଶ୍ରୀମନ୍ଦିରରେ 4 ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ବନକଲାଗି ନୀତି ପାଇଁ ଆଜି 4 ଘଣ୍ଟା ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । ବନକ ଲାଗି ନୀତିରେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧନରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯାଏ । ଅଧିକ ପଢ଼ନ୍ତୁ

ମହାପ୍ରଭୁଙ୍କ ବନକ ଲାଗି ନୀତି, ବୁଧବାର ଶ୍ରୀମନ୍ଦିରରେ  4 ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

author img

By

Published : Aug 2, 2022, 10:47 PM IST

Updated : Aug 3, 2022, 7:13 AM IST

ପୁରୀ: ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ଆଜି 4 ଘଣ୍ଟା ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରାବଣ-ଶୁକ୍ଳ ପଞ୍ଚମୀ ମଳ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପରେ ଭୋଗ ଶେଷ ପରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଅପରାହ୍ନ ୫ଟା ରୁ ରାତ୍ର ୯ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ।

ଏହା ଏକ ଗୁପ୍ତ ନୀତି ହୋଇ ଥିବାରୁ ଏହି ନୀତି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିଥାଏ । ଦତ୍ତ ମହାପାତ୍ର ସେବକମାନେ ବିଭିନ୍ନ ପାରମ୍ପରିକ ରଙ୍ଗରେ ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିଥାନ୍ତି । ଏହାକୁ ବନକ ଲାଗି ନୀତି କୁହାଯାଏ । ବନକ ଲାଗି ନୀତିରେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧନରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯାଇଥାଏ ।

ଇଟିଭି ଭାରତ, ପୁରୀ

Last Updated : Aug 3, 2022, 7:13 AM IST

For All Latest Updates

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.