ETV Bharat / city

ଏଥର ସ୍ନାନ ମଣ୍ଡପରେ ଜଗା ଦର୍ଶନ: ରଥଯାତ୍ରା ଓ ଦେବସ୍ନାନ ପୂର୍ଣ୍ଣିମା ପାଇଁ ନୀତି ନିର୍ଘଣ୍ଟ

author img

By

Published : Jun 7, 2022, 4:37 PM IST

Updated : Jun 7, 2022, 7:10 PM IST

ରଥଯାତ୍ରା ଓ ଦେବସ୍ନାନ ପୂର୍ଣ୍ଣିମାକୁ ନେଇ ଶ୍ରୀମନ୍ଦିର ପରିଚାଳନା କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଛି । ରଥଯାତ୍ରା, ସ୍ନାନଯାତ୍ରାର ନୀତି ନିର୍ଘଣ୍ଟ ଓ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ନେଇ ହେଲା ଆଲୋଚନା । ଅଧିକ ପଢ଼ନ୍ତୁ

ରଥଯାତ୍ରା ଓ ଦେବସ୍ନାନ ପୂର୍ଣ୍ଣିମା ପାଇଁ ନୀତିନିର୍ଘଣ୍ଟ ଚୂଡ଼ାନ୍ତ

ପୁରୀ: ରଥଯାତ୍ରା ଓ ଦେବସ୍ନାନ ପୂର୍ଣ୍ଣିମାକୁ ନେଇ ଶ୍ରୀମନ୍ଦିର ପରିଚାଳନା କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଛି । ଦୁଇବର୍ଷ ପରେ ଭକ୍ତଙ୍କ ଗହଣରେ ହେବ ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ୩ ଘଣ୍ଟା ପାଇଁ ସ୍ନାନ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି । ତେବେ କୈାଣସି ଭକ୍ତ ଶ୍ରୀବିଗ୍ରହଙ୍କୁ ସ୍ପର୍ଶ କରିପାରିବେ ନାହିଁ।

ଏଥର ସ୍ନାନ ମଣ୍ଡପରେ ଜଗା ଦର୍ଶନ: ରଥଯାତ୍ରା ଓ ଦେବସ୍ନାନ ପୂର୍ଣ୍ଣିମା ପାଇଁ ନୀତି ନିର୍ଘଣ୍ଟ

ଆଜି(ମଙ୍ଗଳବାର) ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଗଜପତିଙ୍କ ଅଧ୍ୟକ୍ଷତାରେ ବସିଥିବା ପରିଚାଳନା କମିଟି ବୈଠକରେ ରଥଯାତ୍ରା ଓ ଦେବସ୍ନାନ ପୂର୍ଣ୍ଣିମାକୁ ନେଇ ଆଲୋଚନା ହୋଇଛି । ରାଜାନ୍ଦ୍ରିଭିଷେକଠାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ନୀତି ନିର୍ଘଣ୍ଟ ଓ ବ୍ୟବସ୍ଥାବଳୀକୁ ମୋହର ମାରିଛି ପରିଚାଳନା କମିଟି ।

ଆଜି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ ହୋଇଥିଲା । ବୈଠକରେ ମୁଖ୍ୟତଃ ଦେବସ୍ନାନ ପୂର୍ଣ୍ଣିମା, ରଥଯାତ୍ରା, ବାହୁଡା ଯାତ୍ରା, ସୁନାବେଶ ଓ ନିଳାଦ୍ରୀ ବିଜେକୁ ସୁରୁଖୁରୁରେ ଓ ଶୃଙ୍ଖଳିତ ଭାବେ ଶେଷ କରିବା ପାଇଁ ଗୁରୁତ୍ବ ଦିଆଯାଇଛି ।

ରଥଯାତ୍ରା ଓ ଦେବସ୍ନାନ ପୂର୍ଣ୍ଣିମା ନୀତି ନିର୍ଘଣ୍ଟ

ଜୁନ୍ ୧୪ରେ ହେବାକୁ ଥିବା ଦେବସ୍ନାନ ପୂର୍ଣ୍ଣିମା ପାଇଁ ଶ୍ରୀମନ୍ଦିର ପ୍ରଶାସନ, ସେବାୟତ, ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ସ୍ନାନ ପୂର୍ଣ୍ଣିମା ଦିନ ମଙ୍ଗଳାର୍ପଣ, ଡୋରଲାଗି ଓ ପୁଷ୍ପାଞ୍ଜଳି ପରେ ପହଣ୍ଡି ଆରମ୍ଭ ହେବ । ଏଥର ଭକ୍ତଙ୍କ ଗହଣରେ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହେବାକୁ ଯାଉଥିବାରୁ ଦ୍ବିଗୁଣା ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ରହିଛି । ଜୁନ୍ ୧୪ରେ ଭୋର ୪ଟାରେ ପହଣ୍ଡି ଆରମ୍ଭ ହୋଇ ୬ଟାରେ ଶେଷ ହେବ । ସକାଳ ୯.୩୦ରୁ ୧୧.୩୦ ମଧ୍ୟରେ ଜଳ ବିଜେ ଓ ପୂଜା ହୋଇ ୧୨.୧୫ରେ ଛେରା ପହଁରା ଓ ୧୨.୩୦ରୁ ୨.୩୦ ମଧ୍ୟରେ ହାତୀବେଶ ଶେଷ କରାଯିବ । ସକାଳେ ପରିମାଣିକ ଟିକେଟ ମାଧ୍ୟମରେ ଦର୍ଶନ ବ୍ୟବସ୍ଥା କରାଯିବ । ଭକ୍ତମାନେ ବଡ଼ଦାଣ୍ଡରୁ ଜଳଲାଗି ଓ ହାତୀବେଶ ପରେ ତିନି ଘଣ୍ଟା ସ୍ନାନ ମଣ୍ଡପ ଉପରେ ମହାପ୍ରଭୁଙ୍କ ଅପୂର୍ବ ବେଶ ଦେଖିବାର ସୁଯୋଗ ପାଇବେ ।

ଶ୍ରୀମନ୍ଦିର ପରିଚାଳନା କମିଟିରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି

  • ରଥଯାତ୍ରା, ସ୍ନାନଯାତ୍ରା ପାଇଁ ନୀତି ନିର୍ଘଣ୍ଟ
  • ହାତୀବେଶ ଦର୍ଶନ ନିମନ୍ତେ ଭକ୍ତମାନଙ୍କୁ ମିଳିବ ସୁଯୋଗ
  • ମଙ୍ଗଳ ଆଳତି ପରେ ସ୍ନାନ ମଣ୍ଡପକୁ ଯାଇ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ
  • ସ୍ନାନ ମଣ୍ଡପ ଉପରକୁ ଯାଇ ଦର୍ଶନ କରିବାକୁ ୩ ଘଣ୍ଟା ସମୟ ମିଳିବ
  • ସ୍ନାନ ମଣ୍ଡପରେ ଦର୍ଶନ ବେଳେ ମହାପ୍ରଭୁଙ୍କୁ ଭକ୍ତମାନେ ଛୁଇଁ ପାରିବେନି

ବୈଠକରେ ସ୍ନାନଯାତ୍ରା ଓ ରଥଯାତ୍ରା ପାଇଁ ପ୍ରସ୍ତୁତ ହୋଇଥିବା ସ୍ବତନ୍ତ୍ର ବ୍ୟବସ୍ଥାବଳୀ ସମ୍ପର୍କରେ ଆଲୋଚନା କରାଯାଇଥିଲା । ଦୁଇବର୍ଷ ଧରି ବିନା ଭକ୍ତରେ ସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହୋଇଥିବା ବେଳେ ଚଳିତ ବର୍ଷ କୋଭିଡ ସ୍ଥିତି ସ୍ବାଭାବିକ ଥିବାରୁ ଭକ୍ତଙ୍କ ଗହଣରେ ସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହେବ । ବିଶେଷ କରି ପ୍ରଭୁଙ୍କ ଜଳଲାଗିକୁ ଶୃଙ୍ଖଳିତ କରିବା ଓ ହାତୀବେଶ ଓଲାଗି ସମୟରେ ଶୃଙ୍ଖଳା ରକ୍ଷା କରିବା ପାଇଁ ସମ୍ପୃକ୍ତ ସେବାୟତମାନଙ୍କୁ ପରାମର୍ଶ ଦିଆଯାଇଛି । ସେହିପରି ଜଳଲାଗି ଓ ହାତୀବେଶ ସମୟରେ ଶ୍ରୀବିଗ୍ରହମାନଙ୍କ ସମ୍ମୁଖରେ ଯେଭଳି କୈାଣସି ସେବାୟତ ଠିଆ ହୋଇ ବାଧା ସୃଷ୍ଟି କରିବେ ନାହିଁ ଏହା ଉପରେ ମଧ୍ୟ ଗୁରୁତ୍ବ ଦିଆଯାଇଛି । ସବୁ ସେବାୟତଙ୍କ ମଧ୍ୟରେ ସମନ୍ବୟ ରକ୍ଷା କରାଯାଇ ନୀତିକୁ ଶୃଙ୍ଖଳିତ ଓ ବ୍ୟବସ୍ଥିତ କରାଯିବ ବୋଲି ସେବାୟତ କହିଛନ୍ତି । ସ୍ନାନ ମଣ୍ଡପ ଉପରେ ତିନି ଘଣ୍ଟା ପାଇଁ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ । ବିଶୃଙ୍ଖଳିତ ଆଚରଣ ରୋକିବା ପାଇଁ ସ୍ନାନ ମଣ୍ଡପରେ ସିସିଟିଭି ଓ ଭିଡିଓ ରେକର୍ଡିଂ ବ୍ୟବସ୍ଥା କରାଯିବ।

ଏହି ବୈଠକରେ ସେବାୟତ ବାସ ଗୃହ ଯୋଜନା, ଆଦର୍ଶ ଗୁରୁକୁଳ ପାଇଁ ହୋଇଥିବା ସୋସାଇଟି ଓ ବାଇଲ ଅନୁମୋଦନ ସହ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ନେଇ ମଧ୍ୟ ଆଲୋଚନା ହୋଇଥିଲା । ଆଦର୍ଶ ଗୁରୁକୁଳ MoU ଅନୁମୋଦନ ପାଇଁ ରାଜ୍ୟ ସରକାରଙ୍କ ନିକଟକୁ ପଠାଯିବ । ଅନୁମୋଦନ ପରେ ବିର୍ଲା କମ୍ପାନୀ ସହ MoU କରାଯିବ ।

Last Updated : Jun 7, 2022, 7:10 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.