ETV Bharat / city

ପୁରୀରେ ପହଞ୍ଚିଲା ପଞ୍ଚମ ପର୍ଯ୍ୟାୟ ରଥକାଠ

author img

By

Published : Apr 25, 2022, 1:46 PM IST

Updated : Apr 25, 2022, 1:57 PM IST

ଚଳିତ ବର୍ଷ ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ପଞ୍ଚମ ପର୍ଯ୍ୟାୟ ରଥକାଠ । ନୟାଗଡ ଓ ବୌଦ୍ଧ ବନଖଣ୍ଡରୁ ୧୧୪ ଖଣ୍ଡ ରଥକାଠ ଆସିଛି । ଅଧିକ ପଢ଼ନ୍ତୁ

fifth phase of chariot wood reached puri for rath yatra
ପୁରୀରେ ପହଞ୍ଚିଲା ପଞ୍ଚମ ପର୍ଯ୍ୟାୟ ରଥକାଠ

ପୁରୀ: ଚଳିତ ବର୍ଷ ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ପଞ୍ଚମ ପର୍ଯ୍ୟାୟ ରଥକାଠ । ନୟାଗଡ ଓ ବୌଦ୍ଧ ବନଖଣ୍ଡରୁ ୧୧୪ ଖଣ୍ଡ ରଥକାଠ ଆସିଛି । ମହାପ୍ରଭୁଙ୍କ ରଥନିର୍ମାଣ ପାଇଁ ସମୁଦାୟ ୮୬୫ ଖଣ୍ଡ ରଥକାଠର ଆବଶ୍ୟକ ଥିବା ବେଳେ ବର୍ତ୍ତମାନ ସୁଦ୍ଧା ସମୁଦାୟ ୨୨୮ ଖଣ୍ଡ ରଥକାଠ ପହଞ୍ଚିଛି ।

ପୁରୀରେ ପହଞ୍ଚିଲା ପଞ୍ଚମ ପର୍ଯ୍ୟାୟ ରଥକାଠ

ନୟାଗଡ ଓ ବୌଦ୍ଧ ବନଖଣ୍ଡରୁ ଦୁଇଟି ଟ୍ରକରେ ୧୨, ୨୦ ଓ ୪୦ ଫୁଟିଆ ଅସନ ଧଉରା ସହ ୧୦ ଖଣ୍ଡ ଫାସି କାଠ ପୁରୀରେ ଆସି ପହଞ୍ଚିଛି । ସମୁଦାୟ ୮୬୫ ଖଣ୍ଡ ରଥକାଠର ଆବଶ୍ୟକ ଥିବା ବେଳେ ପୂର୍ବରୁ ୮୦ ଖଣ୍ଡ ରଥକାଠ ବଳକା ରହିଛି । ତେବେ ବର୍ତ୍ତମାନ ସୁଦ୍ଧା ସମୁଦାୟ ୨୨୮ ଖଣ୍ଡ ରଥକାଠ ପୁରୀରେ ପହଞ୍ଚିବା ପରେ ପର୍ଯ୍ୟାୟ କ୍ରମେ ବଳକା ରଥକାଠ ଆସି ପହଞ୍ଚିଯିବ ବୋଲି ବରିଷ୍ଠ ରଥ ତତ୍ତ୍ବାବଧାରକ କହିଛନ୍ତି । ଆସନ୍ତା ମେ 3 ତାରିଖଠାରୁ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରଥନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ବଡ଼ଦାଣ୍ଡରେ ଭକ୍ତଙ୍କ ପାଇଁ କରାଯାଇଥିବା ଅସ୍ଥାୟୀ ବ୍ୟାରିକେଡ଼କୁ ହଟାଯାଇ ଭୋଇ ସେବାୟତଙ୍କ ଦ୍ବାରା ରଥଖଳା ନିର୍ମାଣ କରାଯାଉଛି ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

Last Updated : Apr 25, 2022, 1:57 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.