ETV Bharat / city

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗ: ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ଗଜପତି ମହାରାଜା

author img

By

Published : May 23, 2022, 8:46 PM IST

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗରେ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ଗଜପତି ମହାରାଜା । ପରିକ୍ରମା ପ୍ରକଳ୍ପକୁ ନେଇ ଗତକାଲି ପ୍ରତିକ୍ରିୟା ଦେଇଥିଲେ ଜଗତଗୁରୁ । ଅଧିକ ପଢ଼ନ୍ତୁ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗ: ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ଗଜପତି ମହାରାଜା
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗ: ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ଗଜପତି ମହାରାଜା

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗରେ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ଗଜପତି ମହାରାଜା । ଗତକାଲି(ରବିବାର) ଜଗଦଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ ଶ୍ରୀମନ୍ଦିର ଚତୁଃପାର୍ଶ୍ଵରେ ଚାଲିଥିବା ଐତିହ୍ୟ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ବୁଲି ଦେଖିବା ସହ ପ୍ରତିକ୍ରିୟା ରଖିଥିଲେ । ଯେକୌଣସି ପରିକ୍ରମା ପ୍ରକଳ୍ପ ଯୋଗୁଁ ଶ୍ରୀମନ୍ଦିର ପ୍ରତି ବିପଦ ସୃଷ୍ଟି ନହୁଏ ବୋଲି ସେ ମତ ଦେଇଥିଲେ ।

ଖାଲି ସେତିକି ନୁହେଁ ଶ୍ରୀମନ୍ଦିରର ବିଭିନ୍ନ ନିଷ୍ପତ୍ତି ସଂପର୍କରେ ଶଙ୍କରାଚାର୍ଯ୍ୟଙ୍କ ମତକୁ ଶ୍ରୀମନ୍ଦିର ପ୍ରଶାସନ ଓ ସରକାର ଅବହେଳା କରୁଥିବା ନେଇ ଅଭିଯୋଗ କରିଥିଲେ । ବିଶେଷଜ୍ଞଙ୍କ ପରାମର୍ଶରେ ସମସ୍ତ ଉନ୍ନତିମୂଳକ କାର୍ଯ୍ୟ କରାଯାଉ ବୋଲି ଜଗତଗୁରୁ ମତ ଦେଇଥିଲେ । ଶଙ୍କରାଚାର୍ଯ୍ୟଙ୍କ ଅସନ୍ତୋଷ ପରେ ଆଜି ଗଜପତି ମହାରାଜଙ୍କ ସହ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ, ଜିଲ୍ଲାପାଳ ସମର୍ଥ ବର୍ମା, ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ତାଙ୍କୁ ଭେଟିଛନ୍ତି ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.