ETV Bharat / city

ଆଜି ମହାପ୍ରଭୁଙ୍କ ଗଜଉଦ୍ଧାରଣ ବେଶ

author img

By

Published : Feb 27, 2021, 8:35 AM IST

ଆଜି ମାଘ ପୂର୍ଣ୍ଣିମା । ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ହେବ ଗଜଉଦ୍ଧାରଣ ବେଶ । ଅଧିକ ପଢନ୍ତୁ...

ଗଜଉଦ୍ଧାରଣ ବେଶ
ଗଜଉଦ୍ଧାରଣ ବେଶ

ପୁରୀ: ଆଜି ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଗଜଉଦ୍ଧାରଣ ବେଶ । ମଧ୍ୟାହ୍ନ ଧୂପ ପରେ ଏହି ବେଶ ଅନୁଷ୍ଠିତ ହୋଇଥାଏ । ଶ୍ରୀମନ୍ଦିର ପରମ୍ପରା ଅନୁଯାୟୀ ମାଘ ପୂର୍ଣ୍ଣିମା ଦିନ ଶ୍ରୀମନ୍ଦିରରେ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇଥାଏ ।

ପୌରାଣିକ ତଥ୍ୟ ଅନୁଯାୟୀ, ଏକଦା ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ସମୟରେ ସେହି ହ୍ରଦରେ ଥିବା ଏକ ବିରାଟକାୟ କୁମ୍ଭୀର ଆକ୍ରମଣ କରିଥିଲା । କୁମ୍ଭୀର ଆକ୍ରମଣରୁ ଉଦ୍ଧାର ପାଇବାର କୌଣସି ଉପାୟ ନଦେଖି ବିକଳରେ ପୁରୁଷୋତ୍ତମ ଭଗବାନଙ୍କୁ ଗଜରାଜ ପ୍ରାର୍ଥନା କରିଥିଲେ ।

ଗଜଉଦ୍ଧାରଣ ବେଶ
ଗଜଉଦ୍ଧାରଣ ବେଶ

ଗଜରାଜର ପ୍ରାର୍ଥନାରେ ସ୍ବୟଂ ପୁରୁଷୋତ୍ତମ ତତ୍‌କ୍ଷଣାତ ଭକ୍ତ ଗଜଙ୍କୁ ଆକ୍ରମଣରୁ ରକ୍ଷାକରିବା ପାଇଁ ଚକ୍ରପେଷି କୁମ୍ଭୀରକୁ ମାରିବା ସହିତ ଗଜରାଜଙ୍କୁ ଉଦ୍ଧାର କରିଥିଲେ । ସେହି ପୌରାଣିକ ଆଖ୍ୟାୟିକାର ସ୍ମୃତିରେ ଶ୍ରୀମନ୍ଦିରରେ ଅତ୍ୟନ୍ତ ପୁରାତନ ସମୟରୁ ଶ୍ରୀବିଗ୍ରହମାନଙ୍କ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇଆସୁଛି ।

ଗଜ ଉଦ୍ଧାରଣ ବେଶର ବିଶେଷତ୍ବ ହେଲା, ଏହି ବେଶରେ ଶ୍ରୀ ଜଗନ୍ନାଥ ମହାପ୍ରଭୁ ଓ ଶ୍ରୀ ବଳଭଦ୍ର ଚତୁଃହସ୍ତ ରୂପେ ଓ ସୁଭଦ୍ରା ଦ୍ବିଭୁଜ ବିଶିଷ୍ଟା ହୁଅନ୍ତି । ଚତୁଃହସ୍ତଧାରୀ ଶ୍ରୀ ଜଗନ୍ନାଥ ଗରୁଡ ଉପରେ ବସିଥିବାର ପ୍ରଦର୍ଶିତ ହୋଇଥାଏ । ଉଡ୍ଡୟନରତ ଭଙ୍ଗୀରେ ଥିବା ଦୁଇଟି ପକ୍ଷ ବିଶିଷ୍ଟ ଗରୁଡ଼ ମୁଖ୍ୟତଃ କାଠ, ଶୋଲ ଏବଂ ଜରିରେ ନିର୍ମିତ ହୋଇଥାଏ । ପକ୍ଷ ବିସ୍ତାରି ଉଡୁଥିବା ଗରୁଡ଼ ପୃଷ୍ଠରେ ଜଗନ୍ନାଥ ପଦ୍ମାସନ ଭଙ୍ଗୀରେ ବସିଥାନ୍ତି । ଶ୍ରୀ ଜଗନ୍ନାଥଙ୍କ ଚାରିହସ୍ତରେ ଶୋଲ ଓ ଜରି ନିର୍ମିତ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଶୋଭାପାଇଥାଏ ।

ପଦ୍ମାସନ ଭଙ୍ଗୀରେ ଗୋଟିଏ ଆସ୍ଥାନରେ ବସିଥିବା ବଳଭଦ୍ର ତାଙ୍କର ଊର୍ଦ୍ଧ୍ବ ଦୁଇ ହସ୍ତରେ ଶୋଲ ଓ ଜରି ନିର୍ମିତ ଶଙ୍ଖ ଓ ଚକ୍ର ତଥା ନିମ୍ନ ଦୁଇ ହସ୍ତରେ ହଳ ଓ ମୂଷଳ ଧାରଣ କରିଥାନ୍ତି । ସୁଭଦ୍ରା ଦୁଇଭୁଜ ଓ ଦୁଇ ପଦଯୁକ୍ତା ହୋଇ କୃଷ୍ଣଙ୍କ ଭଳି ଛନ୍ଦାୟିତ ଭଙ୍ଗୀରେ ଛିଡ଼ା ହୋଇଥାନ୍ତି । ଦେବୀଙ୍କ ହସ୍ତଦ୍ବୟ ମୁଷ୍ଟିବଦ୍ଧ ତଥା ତଳ ଉପର ହୋଇ ରହିଥାଏ ଏବଂ ସେ ଧରିଥାଆନ୍ତି ପଦ୍ମ କଳିକାଟିଏ ।

ଏହି ବେଶରେ କାଠ ଓ ଶୋଲ ନିର୍ମିତ ଦୁଇଟି ହସ୍ତୀ ପ୍ରତିମୂର୍ତ୍ତି ବ୍ୟବହୃତ ହୋଇଥାଏ । ଗୋଟିଏ ହସ୍ତୀ ବଳଭଦ୍ରଙ୍କ ସମୀପରେ ରତ୍ନ ସିଂହାସନ ଆଗରେ ପୋଖରୀରେ ଏବଂ ଅନ୍ୟଟି ଶ୍ରୀ ଜଗନ୍ନାଥଙ୍କ ବିଗ୍ରହ ସମ୍ମୁଖରେ ରଖାଯାଇଥାଏ । ଜଗନ୍ନାଥଙ୍କ ସମ୍ମୁଖରେ ଥିବା ଗଜଟି ଆର୍ତ୍ତ ହରଣ ପାଇଁ ଆକୁଳ ନିବେଦନ କରୁଥିବା ଭଙ୍ଗୀରେ ପ୍ରଦର୍ଶିତ ହୁଏ । ତା’ର ପାଦଗୁଡିକ ମଧ୍ୟରେ ଥାଏ ଆକ୍ରମଣରତ କୁମ୍ଭୀରର ପିତୁଳା ଏବଂ ହସ୍ତୀଟିର ଟେକି ହୋଇଥିବା ଶୁଣ୍ଢରେ ପ୍ରସ୍ଫୁଟିତ ପଦ୍ମଫୁଲ ଶୋଭା ପାଇଥାଏ । ଗଜଉଦ୍ଧାରଣ ବେଶରେ ତିନି ଠାକୁରଙ୍କ ମଥାରେ ଚୂଳ ଓ କିରୀଟ ସହ ସୁବର୍ଣ୍ଣ ନିର୍ମିତ ପଦ୍ମମାଳି, କଦମ୍ବମାଳି ପ୍ରଭୃତିରେ ଭୁଷିତ ହୋଇଥାନ୍ତି । କ୍ଷୀରି ଓ ଅମାଲୁ ସ୍ବତନ୍ତ୍ର ଭୋଗ ରୂପେ ଅର୍ପିତ ହୋଇଥାଏ ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.