ETV Bharat / city

ମହାପ୍ରଭୁଙ୍କ ଜନ୍ମାଷ୍ଟମୀ ନୀତି, ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ - ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ

ଆଜି ଶ୍ରୀମନ୍ଦିରରେ ଜନ୍ମାଷ୍ଟମୀ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ । ଏଥିପାଇଁ ସକାଳୁ ସକାଳୁ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ ଜମିଛି । ଅଧିକ ପଢନ୍ତୁ

ମହାପ୍ରଭୁଙ୍ଗ ଜନ୍ମାଷ୍ଟମୀ ନୀତି, ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ

author img

By

Published : Aug 18, 2022, 12:41 PM IST

ପୁରୀ: ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ବା ଜନ୍ମାଷ୍ଟମୀ । ଆଜି ମଧ୍ୟରାତ୍ରରେ ଧରାବତରଣ କରିବେ ପ୍ରଭୁ ଶ୍ରୀକୃଷ୍ଣ । ଏନେଇ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ । ସଂନ୍ଧ୍ୟାଧୂପ ଶେଷ ହେବା ପରେ ଆରମ୍ଭ ହେବ ଶ୍ରୀକୃଷ୍ଣଙ୍କ ଜନ୍ମନୀତି । ଏହି ସମୟରେ ରାତି 7 ଟାରୁ 11ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏଥିପାଇଁ ସକାଳୁ ସକାଳୁ ମହାପ୍ରଭୁଙ୍କୁ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ ଜମିଛି ।

ମହାପ୍ରଭୁଙ୍ଗ ଜନ୍ମାଷ୍ଟମୀ ନୀତି, ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ

ଆଜି ଠାରୁ ଆରମ୍ଭ ହୋଇ କଂସ ବଦ୍ଧ ପର୍ଯ୍ୟନ୍ତ ଶ୍ରୀକୃଷ୍ଣ ଲୀଳା ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ । ଅନ୍ୟପକ୍ଷରେ ଶ୍ରୀମନ୍ଦିର ସହ ଜଡିତ ବିଭିନ୍ନ ମଠରେ ଶ୍ରୀକୃଷ୍ଣ ଜନ୍ମନୀତି ହେବ । ଗତକାଲି(ବୁଧବାର) ପ୍ରସବ ଯନ୍ତ୍ରଣାରୁ ମୁକ୍ତି ପାଇବା ପାଇଁ ଯେଉଡ ଭୋଗ ସହ ଗର୍ଭଉଦକ ବନ୍ଦାପନା କରାଯାଇଥିଲା। ଆଜି ଦେବକୀ ଓ ବସୁଦେବ ବେଶରେ ଜନ୍ମ ଚକଡାରେ ନିଶାର୍ଦ୍ଧରେ ପ୍ରଭୁ କୃଷ୍ଣ ଜନ୍ମ ନେବେ । ଏନେଇ ମହାଜନ ସେବକଙ୍କ ଦ୍ଵାରା ଆଜି ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ ।

ସନ୍ଧ୍ୟାଧୂପ ସରିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଭଣ୍ତାର ଘର ସମ୍ମୁଖ ଭାଗରେ ପୂଜାପଣ୍ତା ସେବାୟତ ମାନେ ପଞ୍ଚବର୍ଣ୍ଣ ମୁରୁଜରେ ଜନ୍ମମଣ୍ତଳୀ ଅଙ୍କନ କରିବେ । ସେଠାରେ ସୁନାର କୃଷ୍ଣ ମୂର୍ତ୍ତି ରଖାଯାଇ ଦକ୍ଷିଣ ଘରୁ ମଦନମୋହନଙ୍କୁ ଅଣାଯିବ । ଦୁଇଜଣ ମହାଜନ ସେବକ ଦେବକୀ ଓ ବସୁଦେବ ଚରିତ୍ର ହୋଇ ଏହି ଜନ୍ମନୀତି ପାଳନ କରିବେ । ପରେ ମଦନମୋହନଙ୍କୁ ନାଭିକଟା ମଣ୍ତପକୁ ନିଆଯାଇ କୃଷ୍ଣଜନ୍ମ ଠାରୁ ଉପନୟନ ପର୍ଯ୍ୟନ୍ତ ନୀତି ଅନୁଷ୍ଠିତ ହେବ । ସେହିପରି ଜଗମୋହନ ନିକଟରେ ଏକ ଦୋଳିରେ ମଦନମୋହନଙ୍କୁ ରଖାଯାଇ ଶ୍ରୀକୃଷ୍ଣ ଜନ୍ମନୀତି ଶେଷ କରାଯିବ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.