ETV Bharat / city

ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଜନ୍ମାଷ୍ଟମୀ ନୀତି, 4 ଘଣ୍ଟା ଦର୍ଶନ ବନ୍ଦ - ଜନ୍ମାଷ୍ଟମୀ ନୀତି

ଆଜି ପବିତ୍ର ଜନ୍ମାଷ୍ଟମୀ । ଶ୍ରୀମନ୍ଦିରରେ ପରମ୍ପରା ଅନୁଯାୟୀ ଅନୁଷ୍ଠିତ ହେବ ଶ୍ରୀକୃଷ୍ଣଙ୍କ ଜନ୍ମନୀତି । ଅଧିକ ପଢନ୍ତୁ

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଜନ୍ମାଷ୍ଟମୀ ନୀତି

author img

By

Published : Aug 18, 2022, 8:46 AM IST

ପୁରୀ: ଆଜି ପବିତ୍ର ଜନ୍ମାଷ୍ଟମୀ । ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଶ୍ରୀମନ୍ଦିରରେ ଜନ୍ମାଷ୍ଟମୀ ନୀତି ଅନୁଷ୍ଠିତ ହେବ । ଜନ୍ମନୀତି ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା 7ଟାରୁ ରାତି 11ଟା ପର୍ଯ୍ୟନ୍ତ 4 ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏ ନେଇ ଶ୍ରୀନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

ଜନ୍ମାଷ୍ଟମୀ ନୀତି ପୂର୍ବରୁ ମହାପ୍ରଭୁଙ୍କୁ ଯେଉଟ ଭୋଗ ଲାଗିହେବା ସହ ଗର୍ଭଉଦକ ବନ୍ଦାପନା ନୀତି ସମ୍ପନ୍ନ ହୋଇଛି । ଗର୍ଭଯନ୍ତ୍ରଣାରୁ ଉପଶମ ପାଇଁ ଠାକୁରଙ୍କୁ ଏହି ବିଶେଷ ଭୋଗ ଲାଗି କରାଯାଏ । ଏଥିସହ ଠାକୁରଙ୍କ ଗର୍ଭଉଦକ ବନ୍ଦାପନା ନୀତି ଅନୁଷ୍ଠିତ ହୋଇଥାଏ । ମୁଦିରସ୍ତ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ପ୍ରସାଦ ଲାଗି କରିଥିଲେ । ପୂଜାପଣ୍ଡା ସାମନ୍ତ ପଞ୍ଚୋପଚାରରେ ପୂଜା କରିଥିଲେ । ରାତିରେ ଜେଉଟ ଭୋଗ ଲାଗି ନୀତି ସମ୍ପନ୍ନ ହୋଇଥିଲା । ୩ ବାଡ଼ରେ ବନ୍ଦାପନା ପରେ ମହାପ୍ରଭୁଙ୍କ ବାଡ଼ରେ ଅଧିକ ଥରେ ବନ୍ଦାପନା ହୋଇଥିଲା । ଏହାକୁ ଗର୍ଭଉଦକ ବନ୍ଦାପନା କୁହାଯାଏ । ଏହାପରେ ଯଥାବିଧ ଠାକୁରଙ୍କ ଅନ୍ୟାନ୍ୟ ନୀତି ଅନୁଷ୍ଠିତ ହୋଇଥିଲା ।

ଏହାମଧ୍ୟ ପଢନ୍ତୁ:ଆଜି ପବିତ୍ର ଜନ୍ମାଷ୍ଟମୀ, କୃଷ୍ଣ ପ୍ରେମରେ ବିଭୋର ଭକ୍ତ

ଶ୍ରୀମନ୍ଦିରର ପରମ୍ପରା ଓ ନୀତିକାନ୍ତି ଅନୁଯାୟୀ ଆଜି (ଗୁରୁବାର) ସାନ୍ଧ୍ୟଆଳତୀ ପରେ ପରେ ଶ୍ରୀକୃଷ୍ଣ ଜନ୍ମନୀତି ସମ୍ପାଦନ ହେବ। ଏ ନେଇ ସର୍ବସାଧାରଣ ଦର୍ଶନ ବନ୍ଦ୍ ରହିବ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.