ETV Bharat / city

ଦିନକ ପରେ କାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ପହଞ୍ଚିଲେ ହବିଷ୍ୟାଳି - ଚଳଚଞ୍ଚଳ ପୁରୀ ଶ୍ରୀକ୍ଷେତ୍ର

ରାତି ପାହିଲେ କାର୍ତ୍ତିକ ବ୍ରତ। ଏନେଇ ଏବେଠୁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ଏଠାରେ ହବିଷ ବ୍ରତ ପାଳନ କରିବେ ହବିଷ୍ୟାଳି । ଏଥିପାଇଁ ଶ୍ରୀକ୍ଷେତ୍ରରେ ହବିଷ୍ୟାଳିଙ୍କ ଭିଡ଼ ଦେଖିବାକୁ ମିଳିଛି । ଅଧିକ ପଢ଼ନ୍ତୁ

ଦିନକ ପରେ କାର୍ତ୍ତିକ ବ୍ରତ : ଶ୍ରୀକ୍ଷେତ୍ରରେ ପହଞ୍ଚିଲେ ହବିଶ୍ୟାଳୀ

author img

By

Published : Oct 9, 2022, 6:26 PM IST

ପୁରୀ: ଆଉ ଦିନକପରେ କାର୍ତ୍ତିକ ବ୍ରତ ଆରମ୍ଭ । ଏନେଇ ଆଜିଠୁ ହବିଷ୍ୟାଳିଙ୍କ ଭିତରେ ଦେଖିବାକୁ ମିଳିଛି ଉତ୍ସାହ । କାରଣ ରାତି ପାହିଲେ ପୁରୀରେ ହବିଷ ବ୍ରତ ପାଳନ କରିବେ ବ୍ରତଧାରୀ । ତେଣୁ ଆରମ୍ଭ ହୋଇଯାଇଛି ହବିଷ୍ୟାଳୀଙ୍କ ପୁରୀ ଯାତ୍ରା । ଏଥିପାଇଁ ଶ୍ରୀକ୍ଷେତ୍ରରେ ହବିଷ୍ୟାଳିଙ୍କ ନାହିଁନଥିବା ଭିଡ଼ ଜମିଛି ।

ଚଳିତଥର ହବିଷ ବ୍ରତ ଅକ୍ଟୋବର ମାସ ୧୦ ତାରିଖରୁ ଆରମ୍ଭ ହୋଇ ଏକ ମାସ ପର୍ଯ୍ୟନ୍ତ ଚାଲିବ । ତେବେ ଏହି ବ୍ରତ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ପଞ୍ଜିକରଣ କରିଛନ୍ତି ୨୯୩୫ ଜଣ ହବିଷ୍ୟାଳି । ଏହି ମାଆମାନଙ୍କୁ ୫ ଗୋଟି କେନ୍ଦ୍ରରେ ରଖାଯିବ । ଏନେଇ ଜିଲ୍ଲାପାଳ ସମର୍ଥ ବର୍ମା ଟାଉନ ହଲ୍‌ ଠାରେ ଏକ ପ୍ରସ୍ତୁତି ବୈଠକରେ ଯୋଗ ଦେଇ ଏଭଳି ସୂଚନା ଦେଇଛନ୍ତି ।

ଦିନକ ପରେ କାର୍ତ୍ତିକ ବ୍ରତ : ଶ୍ରୀକ୍ଷେତ୍ରରେ ପହଞ୍ଚିଲେ ହବିଶ୍ୟାଳୀ

ବୈଠକରେ ହବିଷ ବ୍ରତ କାର୍ଯ୍ୟରେ ନିୟୋଜିତ ଅଧିକାରୀ, କର୍ମଚାରୀ ଓ ସ୍ୱଚ୍ଛାସେବୀଙ୍କୁ ନେଇ ସେମାନଙ୍କ ଦାୟିତ୍ୱ ଓ କର୍ତ୍ତବ୍ୟ ସମ୍ପର୍କରେ ଆଲୋଚନା କରାଯାଇଛି । ଜିଲ୍ଲାପାଳ ସମର୍ଥ ବର୍ମା ହବିଷ୍ୟାଳୀମାନଙ୍କର ସେବାକୁ ନିଷ୍ଠା ଓ ଧର୍ମର କାର୍ଯ୍ୟ ବୋଲି ବିବେଚନା କରି କର୍ମଚାରୀମାନେ ଠିକ ଭାବରେ ଦାୟିତ୍ୱ ନିର୍ବାହ ପାଇଁ ଆହ୍ୱାନ ଦେଇଥିଲେ ।

ହବିଷ୍ୟାଳି କାର୍ଯ୍ୟରେ ଅବହେଳାକୁ ବରଦାସ୍ତ କରାଯିବ ନାହିଁ ଓ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲ୍ଲାପାଳ ସତର୍କ କରାଇ ଦେବା ସହ ଭଲ କାମ ପାଇଁ ପ୍ରୋତ୍ସାହିତ କରାଯିବ ବୋଲି କହିଥିଲେ । ତେବେ ନୂତନ ଭାବେ ନିର୍ମିତ ବୃନ୍ଦାବତୀ ନିବାସରେ ପୁରୀ, ଗଞ୍ଜାମ ଓ ନୟାଗଡ଼ ଜିଲ୍ଲାର ୧୬୦୪ ଜଣ, ଅକ୍ଷୟ ପାତ୍ର ଫାଉଣ୍ଡେସନ, ବଗଲା ଧର୍ମଶାଳା ଓ ବାଗେଡିଆ ଧର୍ମଶାଳାରେ ଖୋର୍ଦ୍ଧା ଜିଲ୍ଲାର ୭୩୦ ଜଣ, ମୋଚି ସାହି କଲ୍ୟାଣ ମଣ୍ଡପ ଠାରେ ଅବଶିଷ୍ଟ ଜିଲ୍ଲାର ୬୦୧ ଜଣ ହବିଷ୍ୟାଳିଙ୍କର ରହଣୀର ବ୍ୟବସ୍ଥା ହୋଇଛି ।

ସରକାରଙ୍କ ହବିଷ୍ୟାଳି ଯୋଜନା ଆଧାରରେ ବୟସ୍କା ମାଆମାନେ ଏହି ବ୍ରତରେ ସାମିଲ ହେଉଛନ୍ତି । ତେଣୁ ପ୍ରଶାସନ ସମସ୍ତ ସୁବିଧା ସେମାନଙ୍କୁ ଯୋଗାଇବାକୁ ବ୍ୟବସ୍ଥା କରିଛି । ସେମାନଙ୍କର ସୁରକ୍ଷିତ ରହଣୀ, ସୁରକ୍ଷା, ମନ୍ଦିର ଦର୍ଶନ, ମହାପ୍ରସାଦ ସେବନ, ପ୍ରବଚନ, ଭଜନ, ପାଲା ଇତ୍ୟାଦି ବ୍ୟବସ୍ଥା, ଚିକିତ୍ସା, ପରିମଳ, ପାନୀୟ ଜଳ, ନରେନ୍ଦ୍ରରେ ସ୍ନାନ ବ୍ୟବସ୍ଥା, ସ୍ୱଚ୍ଛାସେବୀ ସହଯୋଗ ଇତ୍ୟାଦି ବ୍ୟବସ୍ଥା କରାଯାଇଛି ।

ଏଥିପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀ ଓ କର୍ମଚାରୀଙ୍କୁ ଦାୟିତ୍ୱ ଦିଆଯାଇଛି । ଏହାକୁ ସୁନିୟନ୍ତ୍ରିତ କରିବାକୁ ନୋଡାଲ ଅଧିକାରୀ, ବରିଷ୍ଠ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି । ମାଆମାନଙ୍କୁ ଠାକୁର ଦର୍ଶନ ସମୟରେ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ଆରକ୍ଷୀ ବିଭାଗ ଓ ସ୍ୱଚ୍ଛାସେବୀମାନେ ସମନ୍ୱୟ ରଖି କାର୍ଯ୍ୟ କରିବେ ।

ଏହି କାର୍ଯ୍ୟ ଏକ ବ୍ୟାପକ ଓ ଏକ ମାସ ଧରି କରିବାର ଆବଶ୍ୟକତା ଥିବାରୁ ବିଭାଗ ବିଭାଗର କର୍ମଚାରୀ ଓ ସ୍ୱଚ୍ଛାସେବୀମାନଙ୍କୁ ମଧ୍ୟ ଦାୟିତ୍ୱ ଦିଆଯାଇ ଉପଯୁକ୍ତ ପ୍ରଶିକ୍ଷଣ ଦିଆଯାଉଛି । ତେଣୁ ଏହି କାର୍ଯ୍ୟକୁ ପରସ୍ପର ସମନ୍ବୟ ରଖି କାର୍ଯ୍ୟ କରିବାକୁ ଜିଲ୍ଲାପାଳ ସମସ୍ତଙ୍କୁ ପରାମର୍ଶ ଦେଇଛନ୍ତି । ବୈଠକରେ ଅତିରିକ୍ତ ଜିଲ୍ଲାପାଳ କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଏସପି ମିହିର ପ୍ରସାଦ ପଣ୍ଡା, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ମହାପାତ୍ର, ଉପଜିଲ୍ଲାପାଳ ଭବତାରଣ ସାହୁ, ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର ସାହୁ, ସିଡିଏମଓ ଡା ସୁଜାତା ମିଶ୍ର, ପୌର ନିର୍ବାହୀ ଅଧିକାରୀ ସରୋଜ କୁମାର ସ୍ୱାଇଁ, ପୂର୍ତ୍ତ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ଅଜିତ ମହାପାତ୍ର, ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ, କର୍ମଚାରୀ, ସ୍ୱଚ୍ଛାସେବୀ, ଆଶା ଓ ଅଙ୍ଗନବାଡି କର୍ମୀ ପ୍ରମୁଖ ଯୋଗଦେଇଥିଲେ ।

ଇଟିଭି ଭାରତ,ପୁରୀ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.