ETV Bharat / city

ଆଜି ଲକ୍ଷ୍ମୀ ନୃସିଂହ ବେଶରେ ଦର୍ଶନ ଦେବେ ମହାପ୍ରଭୁ

author img

By

Published : Nov 18, 2021, 7:34 AM IST

Updated : Nov 18, 2021, 11:46 AM IST

କାର୍ତ୍ତିକମାସ ଶୁକ୍ଳପକ୍ଷ ବୈକୁଣ୍ଠ ଚତୁର୍ଦ୍ଦଶୀ ତିଥି ଦିନ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କୁ ଡାଳିକିଆ ବା ଲକ୍ଷ୍ମୀ ନୃସିଂହ ବେଶରେ ସଜ୍ଜିତ କରାଯାଏ । ଅଧିକ ପଢନ୍ତୁ

ଶ୍ରୀମନ୍ଦିରେ ମହାପ୍ରଭୁଙ୍କର ଲକ୍ଷ୍ମୀନୃସିଂହ ବେଶ

ପୁରୀ: ଆଜି(ଗୁରୁବାର) ପଞ୍ଚୁକର ଚତୁର୍ଥ ଦିନ ଅର୍ଥାତ କାର୍ତ୍ତିକମାସ ଶୁକ୍ଳପକ୍ଷ ବୈକୁଣ୍ଠ ଚତୁର୍ଦ୍ଦଶୀ ତିଥି ଦିନ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କୁ ଡାଳିକିଆ ବା ଲକ୍ଷ୍ମୀ ନୃସିଂହ ବେଶରେ ସଜ୍ଜିତ କରାଯାଏ । ଏହି ଦିନ ଶ୍ରୀକ୍ଷେତ୍ର ସ୍ଥିତ ଚକ୍ରନୃସିଂହଙ୍କ ନିକଟରୁ ଶ୍ରୀଜିଉଙ୍କ ପାଖକୁ ଆଜ୍ଞାମାଳ ଆସିଥାଏ ।

ମହାପ୍ରଭୁ ଲକ୍ଷ୍ମୀ ନୃସିଂହ ବେଶ

ଠାକୁରଙ୍କ ଅବାକାଶ ନୀତି ଶେଷ ହେବା ପରେ ଏହି ବେଶ ଆରମ୍ଭ ହୁଏ । ସେବାୟତମାନେ ରତ୍ନଭଣ୍ଡାରରୁ ଆଣିଥିବା ବିଭିନ୍ନ ପ୍ରକାର ସୁବର୍ଣ୍ଣ ଅଳଙ୍କାରରେ ଦିଅଁଙ୍କୁ ସଜାଇଥାନ୍ତି । ସୋଲ ଓ ଜରିରେ ଡାଳି କରାଯାଇ ସେଥିରେ ପର୍ଯ୍ୟାପ୍ତ ସଂଖ୍ୟକ ରଙ୍ଗବେରଙ୍ଗର ଫୁଲ ସବୁକୁ ଶ୍ରୀମସ୍ତକରେ ଲଗାଯାଏ । ଏହି ଡାଳ ମଝି ମଝିରେ ଠିଆପାଖୁଡ଼ା ଆକୃତିର ସ୍ବର୍ଣ୍ଣକିଆ ଖଞ୍ଜାଯାଇଥାଏ । ଗୋପାଳ ବଲ୍ଲଭ, ବାଳଭୋଗ ଓ ସକାଳଧୂପ ଶେଷହେବା ପର୍ଯ୍ୟନ୍ତ ଏହି ବେଶ ରହିଥାଏ ।

ଆସନ୍ତାକାଲି(ଶୁକ୍ରବାର) କାର୍ତ୍ତିକ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ରାଜଧିରାଜ ବେଶ ତଥା ସୁନା ବେଶ ଅନୁଷ୍ଠିତ ହେବ । ପଞ୍ଚୁକ ପାଞ୍ଚଦିନରେ ବିଭିନ୍ନ ବେଶରେ ଭକ୍ତଙ୍କୁ ଦର୍ଶନ ଦିଅନ୍ତି ମହାପ୍ରଭୁ । ପୂର୍ବରୁ ଶ୍ରୀମନ୍ଦିରରେ ଆଡ଼କିଆ ବା ତ୍ରିବିକ୍ରମ ବେଶ, ବାଙ୍କଚୂଡ ବେଶ ଓ ଲକ୍ଷ୍ମୀ ନରାୟଣ ବେଶ ଅନୁଷ୍ଠିତ ହୋଇଛି ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

Last Updated : Nov 18, 2021, 11:46 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.