ETV Bharat / city

ବନକଲାଗି ନୀତି: ଶ୍ରୀମୁଖ ଶୃଙ୍ଗାରରେ ଶୋଭା ପାଇବେ ମହାବାହୁ - ଆଜି ମହାବାହୁଙ୍କ ବନକଲାଗି ନୀତି

ମହାପ୍ରଭୁଙ୍କ ବନକଲାଗି ନୀତି ଆଜି ଅନୁଷ୍ଠିତ ହେବ । ତିନି ଦାରୁମୂର୍ତ୍ତିଙ୍କ ଶ୍ରୀମୁଖ ଶୃଙ୍ଗାର ହେବ । ଅଧିକ ପଢନ୍ତୁ

ଆଜି ମହାବାହୁଙ୍କ ବନକଲାଗି ନୀତି
ଆଜି ମହାବାହୁଙ୍କ ବନକଲାଗି ନୀତି
author img

By

Published : Jan 19, 2022, 12:05 PM IST

ପୁରୀ : ଆଜି (ବୁଧବାର) ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦୀର୍ଘଦିନର ବ୍ୟବଧାନ ପରେ ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ପ୍ରଥମେ ଶ୍ରୀବିଗ୍ରହମାନଙ୍କର ଅଧର ପୋଛା ପରେ ବନକଲାଗି ନୀତି ଅନୁଷ୍ଠିତ ହୋଇଥାଏ। ପରମ୍ପରା ଅନୁଯାୟୀ ଦ୍ବିତୀୟ ଭୋଗ ମଣ୍ତପ ପରେ ଦତ୍ତ ମହାପାତ୍ର ସେବାୟତମାନେ ମହାପ୍ରଭୁଙ୍କ ଏହି ନୀତି କରିଛନ୍ତି । ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନୀର୍ଘଣ୍ଟ ଚୂଡ଼ାନ୍ତ ହୋଇଥାଏ ଏବଂ ଏହା ଏକ ଗୁପ୍ତ ସେବା ହୋଇଥିବାରୁ ପ୍ରାୟ ୪ ଘଣ୍ଟା ଧରି ଏହି ନୀତି ଚାଲିଥାଏ ।

ଏଥିପାଇଁ ବେଶ ନିଷ୍ଠାର ସହ ଦତ୍ତ ମହାପାତ୍ର ସେବାୟତମାନେ ବନକ ପ୍ରସ୍ତୁତ କରିଥାନ୍ତି । ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରାଯାଇଥାଏ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ଦ୍ବାରା ମହାପ୍ରଭୁଙ୍କ ମୁଖ ମଣ୍ଡଳ ଅଧିକ ସୁନ୍ଦର ଓ ଆକର୍ଷଣୀୟ ଦେଖା ଯାଇଥାଏ। ବନକଲାଗି ନୀତି ପରେ ମହାପ୍ରଭୁଙ୍କ ମହାସ୍ନାନ କରାଯିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଥାଏ । ତେବେ କୋରୋନା କଟକଣା ଯୋଗୁଁ ଏବେ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିଥିବାରୁ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ହେଉଛନ୍ତି ଶ୍ରଦ୍ଧାଳୁ ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.