ETV Bharat / city

Pana Sankranti: ଚଳଚଞ୍ଚଳ ଶ୍ରୀକ୍ଷେତ୍ର, ମହାପ୍ରଭୁଙ୍କ ଦର୍ଶନ ପାଇଁ ଜମୁଛି ଭକ୍ତଙ୍କ ଭିଡ

author img

By

Published : Apr 14, 2022, 11:02 AM IST

ଆଜି ମହାବିଷୁବ ସଂକ୍ରାନ୍ତି । ଆଜିର ଦିବସକୁ ଓଡ଼ିଆ ନୂଆ ବର୍ଷ ଭାବେ ପାଳନ କରାଯାଏ । ଏଣୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିଶେଷ ନୀତି ଅନୁଷ୍ଠିତ ହୋଇଥାଏ । ଅଧିକ ପଢନ୍ତୁ

ଓଡ଼ିଆ ନବବର୍ଷ : ଆଜିଠାରୁ ଶ୍ରୀମନ୍ଦିରରେ ନୂଆ ପଞ୍ଜିକା ପ୍ରଚଳନ

ପୁରୀ: ଆଜି ମହାବିଷୁବ ସଂକ୍ରାନ୍ତି । ଓଡିଶାରେ ପଣା ସଂକ୍ରାନ୍ତି ଭାବେ ପାଳନ କରାଯାଏ । ଆଜିର ଦିବସକୁ ଓଡ଼ିଆ ନୂଆ ବର୍ଷ ଭାବେ ପାଳନ କରାଯାଏ । ଆଜି ମଧ୍ୟ ହନୁମାନ ଜୟନ୍ତୀ । ଏଣୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିଶେଷ ନୀତି ଅନୁଷ୍ଠିତ ହୋଇଥାଏ । ସକାଳ ଧୂପ ପରେ ମହାପ୍ରଭୁଙ୍କ ଠାରୁ ଆଜ୍ଞା ମାଳ ଆସିଥାଏ ଶ୍ରୀମନ୍ଦିର ଭିତରେ ଥିବା ବିଭିନ୍ନ ହନୁମାନ ମନ୍ଦିରକୁ । ସେଠାରେ ସ୍ବତନ୍ତ୍ର ପୂଜାର୍ଚ୍ଚନା ହୋଇଥାଏ ।

ସେହିପରି ଆଜି ପଣା ସଂକ୍ରାନ୍ତି ଠାରୁ ଶ୍ରୀମନ୍ଦିରରେ ନୂଆ ପଞ୍ଜିକା ପ୍ରଚଳନ ହୋଇଥାଏ । ଦୋଳ ପୂର୍ଣ୍ଣିମାରେ ନୂତନ ପଞ୍ଜିକା ମହାପ୍ରଭୁଙ୍କ ଠାରେ ପୂଜା ପାଇଁ ଲାଗି ହୋଇଥାଏ । ଆଜି ଠାରୁ ନୂତନ ପଞ୍ଜିକା ଅନୁଯାୟୀ ମହାପ୍ରଭୁଙ୍କ ଦୈନନ୍ଦିନ ନୀତିକାନ୍ତି ସମେତ ବିଭିନ୍ନ ମାଙ୍ଗଳିକ କାର୍ଯ୍ୟ ନେଇ ଧାର୍ଯ୍ୟ ହୋଇ ଥିବା ଦିବସ ଅନୁଯାୟୀ ସବୁ ସାମାଜିକ କାର୍ଯ୍ୟ ହୋଇ ଥାଏ ।

ଆଜି ପଣା ସଂକ୍ରାନ୍ତି ଅଵସରରେ ନୂତନ ପଞ୍ଜିକା ଓଡିଶାରେ ଲାଗୁ ହେଉଥିବା ଯୋଗୁ ଏହାକୁ ଓଡ଼ିଆ ନବ ବର୍ଷ ଭାବେ ସାରା ଓଡ଼ିଶାରେ ପାଳନ କରାଯାଏ । ଏଥିପାଇଁ ଆଜି ଶ୍ରୀମନ୍ଦିରରେ ଅନେକ ଭକ୍ତଙ୍କ ଭିଡ଼ ଲାଗିଛି । ମହାପ୍ରଭୁଙ୍କ ଦର୍ଶନ ପାଇ ଭକ୍ତ ବେଶ ଆନନ୍ଦିତ ହୋଇଛନ୍ତି । ସାରା ବିଶ୍ବରେ ଶାନ୍ତି, ମୈତ୍ରୀ ,ଭାତୃଭାବ,ଭାଇଚାରା ବଜାୟ ରହୁ ବୋଲି ମହାପ୍ରଭୁଙ୍କ ନିକଟରେ ଭକ୍ତ ପ୍ରାର୍ଥନା କରିଛନ୍ତି ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.