ETV Bharat / city

ଅଲିଭ ରିଡ଼ଲେ କଇଁଛଙ୍କ ସୁରକ୍ଷା ପାଇଁ ସମୁଦ୍ରରେ ମାଛଧରା ଉପରେ ଲାଗିଲା କଟକଣା - Puri fishing area

ଉପକୂଳବର୍ତ୍ତୀ ପୁରୀ ଜିଲ୍ଲାର ସମୁଦ୍ରରେ ମାଛ ଧରିବା ଉପରେ ଲାଗିଛି କଟକଣା। ମେ ୩୧ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ କଟକଣା । ବିରଳ ଜାତିର ଅଲିଭ୍ ରିଡ଼ଲେ କଇଁଛଙ୍କ ସଙ୍ଗମ ଓ ଅଣ୍ତାଦାନ ଋତୁ ଆସିଥିବାରୁ ସେମାନଙ୍କୁ ସୁରକ୍ଷା ଯୋଗାଇବା ପାଇଁ ଏହି କଟକଣା ଲାଗୁ ହୋଇଛି । ଅଧିକ ପଢନ୍ତୁ...

no fishing zone guideline by fishery department in puri for Olive Ridley protection
ଅଲିଭ ରିଡ଼ଲେ କଇଁଛଙ୍କ ସୁରକ୍ଷା ପାଇଁ ସମୁଦ୍ରରେ ମାଛଧରା ଉପରେ ଲାଗିଲା କଟକଣା
author img

By

Published : Nov 1, 2021, 9:26 PM IST

ପୁରୀ: ଅଲିଭ ରିଡ଼ଲେ କଇଁଛଙ୍କ ସୁରକ୍ଷା ପାଇଁ ସମୁଦ୍ରରେ ମାଛ ଧରା ଉପରେ ଲାଗିଲା କଟକଣା । ଉପକୂଳବର୍ତ୍ତୀ ପୁରୀ ଜିଲ୍ଲାର ସମୁଦ୍ରରେ ମାଛ ଧରିବା ଉପରେ ଲାଗିଛି କଟକଣା। ଆଜିଠାରୁ ଜାରି ହୋଇଥିବା ଏହି କଟକଣା ଆସନ୍ତା ମେ ୩୧ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ। ବିରଳ ଜାତିର ଅଲିଭ୍ ରିଡ଼ଲେ କଇଁଛଙ୍କ ସଙ୍ଗମ ଓ ଅଣ୍ତାଦାନ ଋତୁ ଆସିଥିବାରୁ ସେମାନଙ୍କୁ ସୁରକ୍ଷା ଯୋଗାଇବା ପାଇଁ ଏହି କଟକଣା ଲାଗୁ ହୋଇଛି। କଟକଣାକୁ ଉଲ୍ଲଂଘନ କଲେ ଡ଼ଙ୍ଗା ଓ ଟ୍ରଲର ଜବତ ସହ ଜୋରିମାନାର ବ୍ୟବସ୍ଥା କରାଯାଇଛି ।

ଅଲିଭ ରିଡ଼ଲେ କଇଁଛଙ୍କ ସୁରକ୍ଷା ପାଇଁ ସମୁଦ୍ରରେ ମାଛଧରା ଉପରେ ଲାଗିଲା କଟକଣା

ପ୍ରତିବର୍ଷ ନଭେମ୍ବରରୁ ମେ ମଧ୍ୟରେ ବିରଳ ପ୍ରଜାତିର ଅଲିଭ୍ ରିଡ଼ଲେ କଇଁଛଙ୍କ ସଙ୍ଗମ ଓ ଅଣ୍ତାଦାନ ପାଇଁ ରାଜ୍ୟର ଋଷିକୂଲ୍ୟା, ଦେବୀନଦୀ ମୁହାଣକୁ ଆସିଥାନ୍ତି । ତେବେ ସମୁଦ୍ର ମଧ୍ୟରେ ମୋଟର ଚାଳିତ ଡ଼ଙ୍ଗା, ବେଆଇନ୍ ଟ୍ରଲର ଚଳାଚଳ ଯୋଗୁଁ ସେମାନେ ବହୁ ସଂଖ୍ୟାରେ ମୃତ୍ୟୁବରଣ କରିଥାନ୍ତି। ଏହାସହ ଜୈବ ବିବିଧତା ମଧ୍ୟ ନଷ୍ଟ ହୋଇଥାଏ। ଏଣୁ ଏମାନଙ୍କୁ ସୁରକ୍ଷା ଯୋଗାଇବା ପାଇଁ ସାମୁଦ୍ରିକ ମତ୍ସ୍ୟ ବିଭାଗ ଓ ଜଙ୍ଗଲ ବିଭାଗ ପକ୍ଷରୁ ମାଛଧରା ଉପରେ କଟକଣା ଲଗାଯାଇଥାଏ। ତେବେ ନଭେମ୍ବର ୧ ରୁ ମେ ୩୧ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ ବୋଲି ଜିଲ୍ଲା ଅତିରିକ୍ତ ମତ୍ସ୍ୟ ଅଧିକାରୀ କହିଛନ୍ତି। ଦେବୀନଦୀ ମୁହାଣ ଠାରୁ ୨୦ କିମି ପରଧି ଏବଂ ଅନ୍ୟ ନଦୀ ମୁହାଣ ଓ ସମୁଦ୍ର ଠାରୁ ୫ କିମି ପରଧି ମଧ୍ୟରେ ମାଛ ଧରାକୁ ସଂପୂର୍ଣ୍ଣ ବ୍ୟାନ୍ କରାଯାଇଛି। ତଟରକ୍ଷୀ ବାହିନୀ, ସାମୁଦ୍ରିକ ମତ୍ସ୍ୟ ବିଭାଗ ଏବଂ ଜଙ୍ଗଲ ବିଭାଗ ପକ୍ଷରୁ ମିଳିତ ପେଟ୍ରୋଲିଂ କରାଯିବ। ମାଛଧରା କଟକଣାକୁ ଉଲ୍ଲଘଂନ କଲେ ଜୋରିମାନା, ଜେଲଦଣ୍ତ ସହ ଟ୍ରଲର ଓ ଡ଼ଙ୍ଗା ଜବତ କରାଯିବ ।

ଅନ୍ୟପଟେ ସମୁଦ୍ରରେ ମାଛ ମାରିବା ନେଇ ମତ୍ସ୍ୟଜୀବୀଙ୍କ ଉପରେ ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଥିବାରୁ ମତ୍ସ୍ୟଜୀବୀଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଛି । ତେବେ ସମୁଦ୍ରରେ ମାଛ ମାରିବା ନେଇ ପ୍ରଶାସନର କଟକଣାକୁ ମତ୍ସ୍ୟଜୀବୀମାନେ ସ୍ବାଗତ କରିଥିବା ବେଳେ ସେମାନଙ୍କୁ ଆର୍ଥିକ ସହାୟତା ଯୋଗାଇଦେବା ପାଇଁ ପ୍ରଶାସନକୁ ମତ୍ସ୍ୟଜୀବୀମାନେ ଅନୁରୋଧ କରିଛନ୍ତି ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.