ETV Bharat / city

ଅଣସରରେ ଶ୍ରୀଜିଉ, ପୂଜା ପାଉଛନ୍ତି ପଟିଦିଅଁ

ଅଣସର ଘରେ ରହିବା ପରେ ଆଜିଠୁ ଗର୍ଭଗୃହରେ ଦାରୁ ମୂର୍ତ୍ତିମାନଙ୍କ ବଦଳରେ ପୂଜା ପାଇବେ ପଟିଦିଅଁ । ଅଧିକ ପଢନ୍ତୁ...

author img

By

Published : Jun 25, 2021, 10:57 AM IST

Updated : Jun 25, 2021, 12:45 PM IST

ପଟିଦିଅଁ  ପୂଜା
ପଟିଦିଅଁ ପୂଜା

ପୁରୀ: ମହାପ୍ରଭୁଙ୍କ ସ୍ନାନଯାତ୍ରା ସରିଛି । ଗୋଟି ପହଣ୍ଡିରେ ମହାପ୍ରଭୁ ଅଣସର ଘରେ ବିଜେ କରିଛନ୍ତି । 15ଦିନ ଧରି ଅଣସର ଘରେ ରହିବେ ଚତୁର୍ଦ୍ଧାମୂର୍ତ୍ତି । ଆଜିଠୁ ପୂଜା ପାଉଛନ୍ତି ପଟିଦିଅଁ । ଦଇତାପତି ଓ ସେବକମାନଙ୍କ ଦ୍ବାରା ଆରମ୍ଭ ହୋଇଛି ଗୁପ୍ତନୀତି ।

ଆଜିଠୁ ପୂଜା ପାଇବେ ପଟିଦିଅଁ

ଅଣସର ସମୟରେ ଗର୍ଭଗୃହରେ ଦାରୁ ମୂର୍ତ୍ତିମାନଙ୍କ ବଦଳରେ ପଟିଦିଅଁଙ୍କୁ ପୂଜା କରାଯାଇଥାଏ । ପ୍ରଭୂ ବଳଭଦ୍ରଙ୍କ ପଟିଦିଅଁ ବାସୁଦେବ, ଦେବୀ ସୁଭଦ୍ରାଙ୍କର ପଟିଦିଅଁ ଭାବେ ଭୁବନେଶ୍ବରୀ ଓ ଶ୍ରୀଜଗନ୍ନାଥଙ୍କ ପଟିଦିଅଁ ଭାବେ ନାରାୟଣ ପୂଜା ପାଇଥାନ୍ତି । ତେବେ ଦାରୁ ଦେବତାମାନେ ରତ୍ନ ସିଂହାସନରେ ଯେଉଁ ରୂପରେ ପୂଜା ପାଆନ୍ତି ପଟ୍ଟଚିତ୍ର ଗୁଡ଼ିକ ସେହି ଆକୃତିର ନୁହେଁ । କାଷ୍ଠ ନିର୍ମିତ ସୁଦୃଶ୍ୟ ଆସନରେ ବସିଥିବା ପରି ଅଙ୍କିତ ହୋଇଥିବା ଚିତ୍ରରେ ସମସ୍ତ ଦିଅଁ ହାତ ଓ ଦୁଇପଦ ବିଶିଷ୍ଟ ହୋଇ ପଦ୍ମାସନରେ ବସିଥାଆନ୍ତି ।

ବଳଭଦ୍ରଙ୍କ କଳେବର ଶ୍ବେତବର୍ଣ୍ଣରେ ଚିତ୍ରିତ ହେଇଥାଏ । ଚତୁଃହସ୍ତରେ ଶଙ୍ଖ, ଚକ୍ର, ଗଦା ଓ ହଳ ଧରିଥାନ୍ତି । ହରିଦ୍ର ବର୍ଣ୍ଣା ସୁଭଦ୍ରା ଦୁଇ ହସ୍ତରେ ପଦ୍ମ ଧରିଥାଆନ୍ତି ଓ ନିମ୍ନ ହସ୍ତ ଦୁଇଟି ଥାଏ ବରଦା ମୁଦ୍ରାରେ । କଳା ରଙ୍ଗରେ ଚିତ୍ରିତ ଜଗନ୍ନାଥ ଚାରିହାତରେ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧରିଥାଆନ୍ତି । ସମସ୍ତ ଦେବତାଙ୍କ ପୃଷ୍ଠପଟ୍ଟ ଗାଢ଼ନାଲି ରଙ୍ଗ ହେଇଥାଏ । ଅଣସର ପଟି ତିନୋଟିକୁ ବଂଶାନୁକ୍ରମେ କେତେକ ଚିତ୍ରକର ଖୁବ ନିଷ୍ଠାରେ ପ୍ରସ୍ତୁତ କରିଥାଆନ୍ତି । ପାରମ୍ପରିକ ଦ୍ରଵ୍ୟ ଦ୍ବାରା ଚିତ୍ର ପାଇଁ ଧଳାରଙ୍ଗ ଶଙ୍କରୁ ପ୍ରସ୍ତୁତ ହେଉଥିବା ବେଳେ, କଳାରଙ୍ଗ ନିମନ୍ତେ ପୋଲାଙ୍ଗ ଦୀପର କଳା, ହିଙ୍ଗୁଳରୁ ନାଲି, ହରିତାଳରୁ ହଳଦିଆ ଓ ଖଣ୍ଡନୀଳରୁ ନୀଳ ରଙ୍ଗ ପ୍ରସ୍ତୁତ କରାଯାଇଥାଏ ।

ସ୍ନାନ ପୂର୍ଣ୍ଣିମା ଦିନ ଗଭୀର ରାତିରେ, ବାଇଦ ବାଜଣା ସହ ଚିତ୍ରକାରମାନେ ଅଣସର ପଟ୍ଟିଗୁଡ଼ିକୁ ମନ୍ଦିରକୁ ଆଣନ୍ତି । ଆଷାଢ଼ ପ୍ରତିପଦାରୁ ଅମାବାସ୍ୟା ଯାଏଁ ଏକ ପକ୍ଷ ବ୍ୟାପୀ ଏହି ପଟି ଦେବତାଙ୍କ ଆଗରେ ଭୋଗ ବଢ଼ାଯାଏ । ଅଣସର ଘରେ ଠାକୁରମାନଙ୍କୁ ପଣା ଓ ଚକଟା ଭୋଗ ଆଦି କରାଯାଉଥିବା ବେଳେ ପଟିଦିଅଁଙ୍କୁ ଅନ୍ନଭୋଗ କରାଯାଇଥାଏ ।

ଗର୍ଭଗୃହ ସଂଲଗ୍ନ ଦକ୍ଷିଣ ଘରୁ ସେବାୟତମାନେ ସାତ ଗୋଟି ଚଳନ୍ତି ପ୍ରତିମା ଆଣି ଅଣସର ଘର ବାହାରପଟେ ପକାଯାଇଥିବା ଗୋଟିଏ ଖଟ ଉପରେ ରଖନ୍ତି । ବଳଭଦ୍ରଙ୍କ ଆସ୍ଥାନ ସମୀପରେ ରାମ, ନୃସିଂହ ଓ ଦୋଳଗୋବିନ୍ଦଙ୍କ ବିଗ୍ରହ ରହେ, ସୁଭଦ୍ରାଙ୍କ ସମୀପରେ ରହେ ଲକ୍ଷ୍ମୀ ଓ ସରସ୍ବତୀଙ୍କ ପିତୁଳା ଦ୍ବୟ ଏବଂ ଶ୍ରୀଜଗନ୍ନାଥଙ୍କ ସମ୍ମୁଖରେ ମଦନମୋହନ ଓ କୃଷ୍ଣଙ୍କ ପ୍ରତିମୂର୍ତ୍ତି ରଖାଯାଇଥାଏ । ଏହି ସମୟରେ ଜଗନ୍ନାଥଙ୍କ ସ୍ଥାନରେ ଭକ୍ତମାନେ ବ୍ରହ୍ମଗିରିର ଅଲାରନାଥଙ୍କୁ ବିଷ୍ଣୁରୂପରେ ଦର୍ଶନ କରିଥାନ୍ତି ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର,ଇଟିଭି ଭାରତ

Last Updated : Jun 25, 2021, 12:45 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.