ETV Bharat / city

ଅଣସରବେଳେ ଶ୍ରୀମନ୍ଦିରରେ ପୂଜା ପାଇବେ ପଟି ଦିଅଁ, ଚିତ୍ରକର ସେବାୟତଙ୍କ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ

ସ୍ନାନଯାତ୍ରା ପରେ ମହାପ୍ରଭୁ ଅଣସର ଘରକୁ ବିଜେ କରିବେ । ଏହି ସମୟରେ ଶ୍ରୀମନ୍ଦିରରେ ପୂଜା ପାଇବେ ପଟି ଦିଅଁ । ଏଥିଲାଗି ଚିତ୍ରକର ସେବାୟତଙ୍କ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଅଧିକ ପଢନ୍ତୁ

author img

By

Published : Jun 11, 2022, 8:35 PM IST

ଅଣସର ବେଳେ ଶ୍ରୀମନ୍ଦିରରେ ପୂଜା ପାଇବେ ପଟି ଦିଅଁ, ଚିତ୍ରକର ସେବାୟତଙ୍କ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ

ପୁରୀ: ଆସନ୍ତା ମଙ୍ଗଳବାର ମହାପ୍ରଭୁଙ୍କ ସ୍ନାନଯାତ୍ରା । ସ୍ନାନଯାତ୍ରା ପରେ ମହାପ୍ରଭୁ ଅଣସର ଘରକୁ ବିଜେ କରିବେ । ଏହି ସମୟରେ ଶ୍ରୀମନ୍ଦିରରେ ପୂଜା ପାଇବେ ପଟି ଦିଅଁ । ଏଥିପାଇଁ ଚିତ୍ରକର ସେବକମାନେ ପଟି ଦିଅଁ ପ୍ରସ୍ତୁତିରେ ଲାଗି ପଡିଛନ୍ତି । ଇତି ମଧ୍ୟରେ ପଟି ପ୍ରସ୍ତୁତ ହୋଇ ସାରିଥିବାବେଳେ ସେଥିରେ ପାରମ୍ପରିକ ରଙ୍ଗ ଦେବା କାର୍ଯ୍ୟ ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।

ଚିତ୍ରକର ରାଜେନ୍ଦ୍ର ମହାରଣାଙ୍କ ପରିବାର ଲୋକେ ବଂଶାନୁକ୍ରମିକ ଭାବେ ବଡ ଠାକୁର ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରାଙ୍କ ପଟି ଦିଅଁ ପ୍ରସ୍ତୁତ କରି ଯୋଗାଇଥାନ୍ତି । ସେହିପରି ନାରଣ ମହାରଣାଙ୍କ ପରିବାର ଲୋକ ବଂଶାନୁକ୍ରମିକ ଭାବେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଇଁ ପଟି ଦିଅଁ ପ୍ରସ୍ତୁତ କରି ଶ୍ରୀମନ୍ଦିରକୁ ଦେଇଥାନ୍ତି । ଅଣସର ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଅନନ୍ତ ନାରାୟଣ ରୂପରେ, ଶ୍ରୀବଳଭଦ୍ର ଅନନ୍ତ ବାସୁଦେବ ଓ ଦେବୀ ସୁଭଦ୍ରା ବଦଳରେ ଭୁବନେଶ୍ବରୀ ପଟି ଦିଅଁ ଭାବେ ପୂଜା ପାଆନ୍ତି ।

ସ୍ନାନ ପୂର୍ଣ୍ଣିମାରେ ଠାକୁରଙ୍କ ବାହୁଡା ପହଣ୍ଡି ପରେ ବିଳମ୍ବିତ ରାତିରେ ଶ୍ରୀମନ୍ଦିରରୁ ଏକ ପଟୁଆର ଚିତ୍ରକରଙ୍କ ଘରକୁ ଯାଇଥାଏ । ପାରମ୍ପରିକ ପୂଜାର୍ଚ୍ଚନା ପରେ ଘଣ୍ଟ, ଛତା, କାହାଳି ସହ ପଟି ଦିଅଁ ଶ୍ରୀମନ୍ଦିରକୁ ବିଜେ କରିଥାନ୍ତି । ଅଣସର ସମୟରେ ଗର୍ଭଗୃହରେ ଦାରୁ ମୂର୍ତ୍ତିମାନଙ୍କ ବଦଳରେ ପଟିଦିଅଁଙ୍କୁ ପୂଜା କରାଯାଇଥାଏ । ବଳଭଦ୍ରଙ୍କ ପଟିଦିଅଁ ବାସୁଦେବ, ଦେବୀ ସୁଭଦ୍ରାଙ୍କର ପଟିଦିଅଁ ଭାବେ ଭୁବନେଶ୍ବରୀ ଓ ଜଗନ୍ନାଥଙ୍କ ପଟିଦିଅଁ ଭାବେ ନାରାୟଣ ପୂଜା ପାଇବେ ।

ତେବେ ଦାରୁ ଦେବତା ରତ୍ନ ସିଂହାସନରେ ଯେଉଁ ରୂପରେ ପୂଜା ପାଆନ୍ତି ପଟ୍ଟଚିତ୍ର ଗୁଡ଼ିକ ସେହି ଆକୃତିର ନୁହେଁ । କାଷ୍ଠ ନିର୍ମିତ ସୁଦୃଶ୍ୟ ଆସନରେ ବସିଥିବା ପରି ଅଙ୍କିତ ହୋଇଥିବା ଚିତ୍ରରେ ସମସ୍ତ ଦିଅଁ ଚତୁଃହସ୍ତ ଓ ଦୁଇପଦ ବିଶିଷ୍ଟ ହୋଇ ପଦ୍ମାସନରେ ବସିଥାଆନ୍ତି । ବଳଭଦ୍ରଙ୍କ କଳେବର ଶ୍ବେତବର୍ଣ୍ଣରେ ଚିତ୍ରିତ ହେଇଥାଏ । ଚତୁଃହସ୍ତରେ ସେ ଧରିଥାଆନ୍ତି ଶଙ୍ଖ, ଚକ୍ର, ଗଦା ଓ ହଳ । ହରିଦ୍ର ବର୍ଣ୍ଣା ସୁଭଦ୍ରା ଦୁଇ ଊର୍ଦ୍ଧ୍ବ ହସ୍ତରେ ପଦ୍ମ ଧରିଥାଆନ୍ତି ଓ ନିମ୍ନ ହସ୍ତ ଦୁଇଟି ଥାଏ ବରଦା ମୁଦ୍ରାରେ । କଳା ରଙ୍ଗରେ ଚିତ୍ରିତ ଶ୍ରୀଜଗନ୍ନାଥ ଚାରିହାତରେ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧରିଥାଆନ୍ତି ।

ସମସ୍ତ ଦେବତାଙ୍କ ପୃଷ୍ଠପଟ୍ଟ ଗାଢ଼ନାଲି ରଙ୍ଗ ହେଇଥାଏ । ଚିତ୍ର ପାଇଁ ଧଳାରଙ୍ଗ ଶଙ୍ଖରୁ ପ୍ରସ୍ତୁତ ହେଉଥିବା ବେଳେ, କଳାରଙ୍ଗ ପାଇଁ ପୋଲାଙ୍ଗ ଦୀପର କଳା, ହିଙ୍ଗୁଳରୁ ନାଲି, ହରିତାଳରୁ ହଳଦିଆ ଓ ଖଣ୍ଡନୀଳରୁ ନୀଳ ରଙ୍ଗ ପ୍ରସ୍ତୁତ କରାଯାଇଥାଏ । ସ୍ନାନ ପୂର୍ଣ୍ଣିମା ଦିନ ଗଭୀର ରାତିରେ, ବାଇଦ ବାଜଣା ସହ ଚିତ୍ରକାରମାନେ ଅଣସର ପଟ୍ଟିଗୁଡ଼ିକୁ ମନ୍ଦିରକୁ ଆଣନ୍ତି । ଅଣସର ଘରେ ଠାକୁରମାନଙ୍କୁ ପଣା ଓ ଚକଟା ଭୋଗ ଆଦି କରାଯାଉଥିବାବେଳେ ପଟିଦିଅଁଙ୍କୁ ଅନ୍ନଭୋଗ କରାଯାଇଥାଏ ।

ଗର୍ଭଗୃହ ସଂଲଗ୍ନ ଦକ୍ଷିଣ ଘରୁ ସେବାୟତମାନେ ସାତଗୋଟି ଚଳନ୍ତି ପ୍ରତିମା ଆଣି ଅଣସର ଘର ବାହାରପଟେ ପକାଯାଇଥିବା ଗୋଟିଏ ଖଟ ଉପରେ ରଖନ୍ତି । ବଳଭଦ୍ରଙ୍କ ଆସ୍ଥାନ ସମୀପରେ ରାମ, ନୃସିଂହ ଓ ଦୋଳଗୋବିନ୍ଦଙ୍କ ବିଗ୍ରହ ରହେ, ସୁଭଦ୍ରାଙ୍କ ସମୀପରେ ରହେ ଲକ୍ଷ୍ମୀ ଓ ସରସ୍ବତୀଙ୍କ ପିତୁଳା ଦ୍ବୟ ଏବଂ ଶ୍ରୀଜଗନ୍ନାଥଙ୍କ ସମ୍ମୁଖରେ ରହେ ମଦନମୋହନ ଓ କୃଷ୍ଣଙ୍କ ପ୍ରତିମୂର୍ତ୍ତି । ଏହି ସମୟରେ ଜଗନ୍ନାଥଙ୍କ ସ୍ଥାନରେ ଭକ୍ତମାନେ ବ୍ରହ୍ମଗିରିର ଅଲାରନାଥଙ୍କୁ ବିଷ୍ଣୁରୂପରେ ଦର୍ଶନ କରିଥାନ୍ତି ।

ଇଟିଭି ଭାରତ, ପୁରୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.