ETV Bharat / city

Cyclone Jawad Alert; ପୁରୀ ଜିଲ୍ଲା ପ୍ରଶାସନର ପୁରା ପ୍ରସ୍ତୁତି - ବାତ୍ୟା ଜୱାଦକୁ ନେଇ ପୁରୀ ପ୍ରଶାସନର ପ୍ରସ୍ତୁତି

ସମ୍ଭାବ୍ୟ ବାତ୍ୟାକୁ ନେଇ ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ଯୋରଦାର କରିଛି । ବଙ୍ଗୋପସାଗର(Bay of Bengal)ରେ ସୃଷ୍ଟ ସମ୍ଭାବ୍ୟ ବାତ୍ୟାକୁ ନେଇ ପୁରୀ ଜିଲ୍ଲା ପ୍ରଶାସନ(Puri district administration) ପ୍ରସ୍ତୁତ ରହିଛି । ଜିଲ୍ଲାପାଳ ସମର୍ଥ ବର୍ମା (District Collector Samarth Burma)ଙ୍କ ଅଧ୍ୟକ୍ଷତାରେ ଭିସି ଯୋଗେ ସମସ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ଅଧିକ ପଢନ୍ତୁ

Cyclone Jawad Alert
Cyclone Jawad Alert
author img

By

Published : Dec 2, 2021, 7:51 PM IST

ପୁରୀ: ସମ୍ଭାବ୍ୟ ବାତ୍ୟାକୁ ନେଇ ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ଯୋରଦାର କରିଛି । ବଙ୍ଗୋପସାଗର(Bay of Bengal) ରେ ସୃଷ୍ଟ ସମ୍ଭାବ୍ୟ ବାତ୍ୟାକୁ ନେଇ ପୁରୀ ଜିଲ୍ଲା ପ୍ରଶାସନ(Puri district administration) ପ୍ରସ୍ତୁତ ରହିଛି । ଜିଲ୍ଲାପାଳ ସମର୍ଥ ବର୍ମା (District Collector Samarth Burma) ଙ୍କ ଅଧ୍ୟକ୍ଷତାରେ ଭିସି ଯୋଗେ ସମସ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି ।

Cyclone Jawad Alert; ପୁରୀ ଜିଲ୍ଲା ପ୍ରଶାସନର ପୁରା ପ୍ରସ୍ତୁତି

ବୈଠକର ସୂଚନା ଅନୁସାରେ ଜିଲ୍ଲାରେ ଥିବା ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀ(shelter Home) ପ୍ରସ୍ତୁତ ହୋଇରହିଛି । ଶୁଖିଲା ଖାଦ୍ୟ, ପାନୀୟ ଜଳ, ଔଷଧ,(Dry Food, Drinking Water, Medicine) ପଶୁ ଖାଦ୍ୟ ପର୍ଯ୍ୟାପ୍ତ ପରିମାଣରେ ମହଜୁଦ ଅଛି। ଆବଶ୍ୟକ ସ୍ଥଳେ ନିରବଚ୍ଛିନ୍ନ ଯୋଗାଯୋଗ ନିମନ୍ତେ ଅଗ୍ନିଶମ, ବିଦ୍ୟୁତ, ଗ୍ରାମ୍ୟ ଉନ୍ନୟନ, ପୂର୍ତ୍ତ ବିଭାଗ ଓ ଡାକ୍ତରୀ ଦଳ ପ୍ରସ୍ତୁତ ହୋଇ ରହିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଜିଲ୍ଲାରେ ଜରୁରୀକାଳୀନ ସେବା ଯେପରି ଅବ୍ୟାହତ ରହିବ ସଜାଗ ରହିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି । ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ପ୍ରତି ବ୍ଲକରେ ନିୟନ୍ତ୍ରଣ କକ୍ଷ କାର୍ଯ୍ୟକ୍ଷମ ରହିବ ଓ ସମସ୍ତ ସରକାରୀ ଅଧିକାରୀ ମାନଙ୍କ ଛୁଟି ବାତିଲ କରାଯାଇଛି । ଆସନ୍ନ ପ୍ରସବା ମହିଳା ମାନଙ୍କୁ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯିବ । ବୟସ୍କ ବ୍ୟକ୍ତି ଓ ଶିଶୁ ମାନଙ୍କ ସ୍ବାସ୍ଥ୍ୟ ଓ ଯତ୍ନ ଉପରେ ବୈଠକରେ ଗୁରୁତ୍ବ ଦିଆଯାଇଛି । ଗୃହପାଳିତ ପଶୁ ମାନଙ୍କୁ ସୁରକ୍ଷିତ ସ୍ଥାନରେ ରଖାଯିବ ।

ସେହିପରି ସମସ୍ତ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀରେ କୋଭିଡ ନିୟମ ପାଳନ କରିବାକୁ ପରାମର୍ଶ ଦେଇଛନ୍ତି ଜିଲ୍ଲାପାଳ । ଆବଶ୍ୟକ ସ୍ଥଳେ ତଳିଆ ଅଞ୍ଚଳ, କଚ୍ଚାଘରୁ ଲୋକ ମାନଙ୍କୁ ସୁରକ୍ଷିତ ଅଞ୍ଚଳକୁ ସ୍ଥାନାନ୍ତରିତ କରିବା ନିମନ୍ତେ ପ୍ରସ୍ତୁତ ରହିବା ନିମନ୍ତେ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଅମଳ ଶସ୍ୟକୁ କ୍ଷେତରୁ ନେଇ ସୁରକ୍ଷିତ ସ୍ଥାନରେ ରଖିବା ନିମନ୍ତେ କୃଷକ ବନ୍ଧୁ ମାନଙ୍କୁ ପରାମର୍ଶ ଦିଆଯାଇଛି । ଜିଲ୍ଲାର କେତେକ ଉପକୂଳବର୍ତ୍ତି ଅଞ୍ଚଳରେ ଡାକବାଜି ଯନ୍ତ୍ର ମାଧ୍ୟମରେ ସଚେତନତା ସୃଷ୍ଟି କରାଯାଉଛି । ପ୍ରବଳ ବର୍ଷା ହେବା ଆଶଙ୍କା ଥିବାରୁ ଏହାର ପରବର୍ତ୍ତି ପରିସ୍ଥିତିର ମୁକାବିଲା ଏବଂ କ୍ଷୟକ୍ଷତି ରିପୋର୍ଟ ସଠିକ ଭାବେ ପ୍ରଦାନ କରିବାକୁ ଅଧିକାରୀ ମାନଙ୍କୁ କୁହାଯାଇଛି । ଖୁବ ବେଗରେ ପବନ ବୋହିବା ଆଶଙ୍କା ଥିବାରୁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି ।

ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଆରକ୍ଷୀ ଅଧିକ୍ଷକ ଡଃ କନୱର ବିଶାଲ ସିଂ, ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ସୁଭାଷ ଚନ୍ଦ୍ର ନାଥଶର୍ମା, ଉପ ଜିଲ୍ଲାପାଳ ଭବତାରଣ ସାହୁ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଜ୍ୟୋତି ଶଙ୍କର ମହାପାତ୍ର, ପୌରସଂସ୍ଥା ନିର୍ବାହୀ ଶ୍ରୀ ସରୋଜ କୁମାର ସ୍ବାଇଁ, ଜରୁରୀକାଳୀନ ଅଧିକାରୀ ଜିତେନ୍ଦ୍ର କୁମାର ପାତ୍ର, ଯୋଗ‍ାଣ ଅଧିକାରୀ ସୁବୋଧ ହୋତା, ବିଡିଓ ଓ ତହସିଲଦାର, ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.