ETV Bharat / city

ସମ୍ଭାବ୍ୟ ବାତ୍ୟାକୁ ନେଇ ଆଲର୍ଟ ମୋଡରେ ପୁରୀ ଜିଲ୍ଲା ପ୍ରଶାସନ - possible high alert

ବଙ୍ଗୋପସାଗରରେ ସୃଷ୍ଟ ସମ୍ଭାବ୍ୟ ବାତ୍ୟାକୁ ନେଇ ତତ୍ପର ପୁରୀ ଜିଲ୍ଲା ପ୍ରଶାସନ। ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ହେଲା ସମୀକ୍ଷା ବୈଠକ । ସମସ୍ତ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ ସହ ସବୁ ବିଭାଗକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ । ଅଧିକ ପଢନ୍ତୁ...

ସମ୍ଭାବ୍ୟ ବାତ୍ୟାକୁ ନେଇ ଆଲର୍ଟ ମୋଡରେ ପୁରୀ ଜିଲ୍ଲା ପ୍ରଶାସନସମ୍ଭାବ୍ୟ ବାତ୍ୟାକୁ ନେଇ ଆଲର୍ଟ ମୋଡରେ ପୁରୀ ଜିଲ୍ଲା ପ୍ରଶାସନ
ସମ୍ଭାବ୍ୟ ବାତ୍ୟାକୁ ନେଇ ଆଲର୍ଟ ମୋଡରେ ପୁରୀ ଜିଲ୍ଲା ପ୍ରଶାସନ
author img

By

Published : Sep 25, 2021, 8:30 PM IST

ପୁରୀ: ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟାକୁ ନେଇ ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ରହିଛି । ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ ମାଧ୍ୟମରେ ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ସହ ସବୁ ବିଭାଗକୁ ପ୍ରସ୍ତୁତ ହୋଇ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ ।

ସମ୍ଭାବ୍ୟ ବାତ୍ୟା ନେଇ ପୂର୍ବ ପ୍ରସ୍ତୁତି ଅନୁସାରେ, ଜିଲ୍ଲାର ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ହୋଇ ରହିଛି । ଶୁଖିଲା ଖାଦ୍ୟ, ପାନୀୟ ଜଳ, ଔଷଧ, ପଶୁ ଖାଦ୍ୟ ପର୍ଯ୍ୟାପ୍ତ ପରିମାଣରେ ମହଜୁଦ ହୋଇ ରହିଛି । ଆବଶ୍ୟକ ସ୍ଥଳେ ନିରବଚ୍ଛିନ୍ନ ଯୋଗାଯୋଗ ପାଇଁ ଅଗ୍ନିଶମ, ବିଦ୍ୟୁତ, ଗ୍ରାମ୍ୟ ଉନ୍ନୟନ, ପୂର୍ତ୍ତ ବିଭାଗ ଓ ଡାକ୍ତରୀ ଦଳ ପ୍ରସ୍ତୁତ ହୋଇ ରହିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।

ଜିଲ୍ଲାରେ ଜରୁରୀକାଳୀନ ସେବା ଯେପରି ଅବ୍ୟାହତ ରହିବ, ସେନେଇ ସଜାଗ ରହିବାକୁ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି । ପ୍ରତି ବ୍ଲକରେ ନିୟନ୍ତ୍ରଣ କକ୍ଷ କାର୍ଯ୍ୟକ୍ଷମ କରିବା ସହ ସମସ୍ତ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି । ଆବଶ୍ୟକସ୍ଥଳେ ତଳିଆ ଅଞ୍ଚଳ, କଚ୍ଚାଘରୁ ଲୋକମାନଙ୍କୁ ସୁରକ୍ଷିତ ଅଞ୍ଚଳକୁ ସ୍ଥାନାନ୍ତରିତ କରିବା ପାଇଁ ପ୍ରସ୍ତୁତ ରହିବା ଏବଂ କ୍ଷୟକ୍ଷତି ରିପୋର୍ଟ ସଠିକ ଭାବେ ପ୍ରଦାନ କରିବାକୁ ଅଧିକାରୀମାନଙ୍କୁ କୁହାଯାଇଛି । ଆସନ୍ତାକାଲି ଅପରାହ୍ନରେ ଜିଲ୍ଲାରେ ଘଣ୍ଟାପ୍ରତି ୫୫ ରୁ ୬୦ କି.ମି. ବେଗରେ ପବନ ବହିବା ଆଶଙ୍କା ଥିବାରୁ ମତ୍ସଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କରାଯାଇଛି ।

ଆଜିର ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଜିତେନ୍ଦ୍ର କୁମାର ପାତ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ସୁଜାତା ମିଶ୍ର, ଯୋଗ‍ାଣ ଅଧିକାରୀ ସୁବୋଧ ହୋତା, ବିଡିଓ ଓ ତହସିଲଦାରଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.