ETV Bharat / city

ଆଜି ମହାପ୍ରଭୁଙ୍କ ଖସାପଡା ନୀତି, 4 ଘଣ୍ଟା ଦର୍ଶନ ବନ୍ଦ

author img

By

Published : Apr 4, 2022, 12:41 PM IST

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି । ଏଥିଲାଗି ଆଜି ଅପରାହ୍ନ ୪ଟାରୁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ସୂଚନା ମିଳିଛି । ଅଧିକ ପଢନ୍ତୁ

ଆଜି ମହାପ୍ରଭୁଙ୍କ ଖସାପଡା ନୀତି, 4 ଘଣ୍ଟା ଦର୍ଶନ ବନ୍ଦ
ଆଜି ମହାପ୍ରଭୁଙ୍କ ଖସାପଡା ନୀତି, 4 ଘଣ୍ଟା ଦର୍ଶନ ବନ୍ଦ

ପୁରୀ: ଆଜି(ସୋମବାର) ଚୈତ୍ରମାସ କୃଷ୍ଣପକ୍ଷ ତୃତୀୟା ତିଥି । ଆଜିର ଏହି ପବିତ୍ର ତିଥି ଅବସରରେ ଶ୍ରୀମନ୍ଦିରରେ ଶ୍ରୀଜିଉ ମାନଙ୍କର ଅନୁଷ୍ଠିତ ହୋଇଥାଏ ଖସାପଡା ନୀତି। ଏହି ଗୁପ୍ତ ନୀତି ଯୋଗୁଁ ଆଜି ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ମଧ୍ୟାହ୍ନ ଧୂପ ପରେ ଦଇତାପତି ସେବକ ମାନେ ରତ୍ନସିଂହାସନ ଉପରେ ଚଢ଼ି ଚାରିଘଣ୍ଟା ଧରି ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ସମ୍ପାଦନ କରିଥାନ୍ତି । ଖସାପଡା ନୀତି ଶ୍ରୀଜିଉ ମାନଙ୍କର ଶ୍ରୀପୟର ସୁରକ୍ଷା ପାଇଁ କରାଯାଇଥାଏ । ଏହି ନୀତିରେ ମହାପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡାରେ ଘୋଡାଇ ଦିଆଯାଏ । ଏହା ଏକ ଗୁପ୍ତନୀତି ହୋଇଥିବାରୁ ଆଜି ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଆପାତତଃ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ମାତ୍ର ଖସାପଡା ନୀତି ସରିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଚାଲୁ ରହିବ ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.